ଦୈନିକ ରାଶିଫଳ: 18 ମାର୍ଚ୍ଚ 2022, ମା ସନ୍ତୋଷୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୧୮ ତାରିଖ, ଶୁକ୍ରବାର, ମୀନ ମାସ ୪ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମା ତିଥି, ଦିବା ୧୨ ଟା ୪୮ ମିନିଟ୍ ପରେ ପ୍ରତିପଦା ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ସକାଳ ୬ଟା ୩୨ ମିନିଟ୍ ପରେ କନ୍ୟା ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ । ବବ କରଣ ଦିବା ୧୨ଟା ୪୮ମିନିଟ୍ ଗତେ ବାଳବ କରଣ । ବିଛା, ଧନୁ ଓ ମୀନ ରାଶିର ଘାତବାର । କର୍କଟ ଓ ମକର ରାଶିର ଘାତଚନ୍ଦ୍ର ସକାଳ ୬ଟା ୩୨ ମିନିଟ୍ ଗତେ ବୃଷ ରାଶିର ଘାତଚନ୍ଦ୍ର । ଆମିଷ ନ ଖାଇଲେ ଭଲ ଦିବା ୧୨ ଟା୪୮ ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ବାୟବ୍ୟେ ଦିବା ୧୨ଟା ୪୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପୂର୍ଣ୍ଣିମା ଏକୋଦ୍ଧିଷ୍ଟ ଓ ପ୍ରତିପଦାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୫୫ମିନିଟ୍ ରୁ ଦିବା ୧୧ଟା ୫୫ମିନିଟ୍, ରାତ୍ରି ୮ଟା୫୪ ମିନିଟ୍ ରୁ ରାତ୍ରି ୧୦ଟା ୨୫ମିନିଟ୍, ଶୁଭସମୟ- ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୧୮ମିନିଟ୍ ରୁ ୫ଟା ୫୩ମିନିଟ୍, ସନ୍ଧ୍ୟା ୭ଟା ୩୦ମିନିଟ୍ ରୁ ୮ଟା ୫୪ମିନିଟ୍, ରାତ୍ର ୧ଟା ୫୫ମିନିଟ୍ ରୁ ରାତ୍ର ୪ଟା ୧୯ମିନିଟ୍ । ପର୍ବଦିନ- ଦୋଳ ପୂର୍ଣ୍ଣିମା, ଶ୍ରୀଚୈତନ୍ୟ ମହାପ୍ରଭୁଙ୍କର ଜଯନ୍ତୀ, ସମସ୍ତ ଦେବାଦେବୀ ମନ୍ଦିରରେ ନୂତନ ପଞ୍ଜିକା ପଠନ ଓ ଶ୍ରବଣ ।

ମେଷ:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଯାନ ବାହନ ସୁଖ ମିଳିବ । ଆପଣା ଲୋକଙ୍କ ସାହାଯ୍ୟ ପାଇ ଧନ୍ୟ ହେବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ମାଲିମୋକଦ୍ଦମା କୋର୍ଟକଚେରୀ ମାମଲାର ସମାଧାନ ହୋଇ ଯିବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସନ୍ତାନ ମାନଙ୍କର ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବହୁତ ଖର୍ଚ୍ଚ ହୋଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କେତେକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ । ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ଶୁଭକାମ କରି ପ୍ରଶଂସିତ ହେବେ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଆର୍ଥିକ ଦିଗରୁ ଉନ୍ନତି ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ତୁଳା:-ବ୍ୟବସାୟ ପାଇଁ ଦୂରଯାତ୍ରାକଲେ ସଫଳତା ପ୍ରାପ୍ତି ହେବ । ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟରେ ଉନ୍ନତି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବିଚ୍ଛା:-କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଚ୍ଛା କରିବେ । ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:-ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଧର୍ମ କର୍ମରେ ରୁଚି ରହିଲେ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି କିମ୍ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବନ୍ଧୁଙ୍କୁ ଦେଇ ଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧିହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଅଏସ୍ ଆରାମ ସୁଖସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!