ଦୈନିକ ରାଶିଫଳ: 18 ମାର୍ଚ୍ଚ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୧୮ ତାରିଖ, ଶନିବାର, ମୀନମାସ ୪ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଏକାଦଶୀତିଥି ଦିବା ୧୧ ଟା ୧୪ ମିନିଟ୍ ପରେ ଦ୍ଵାଦଶୀ ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଶିବ ଯୋଗ । ବାଳବ କରଣ ଦିବା ୧୧ଟା ୧୪ମିନିଟ୍ ପରେ କୌଳବ କରଣ । ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ନିଷିଦ୍ଧ ଖାଦ୍ୟ- ଶିମ୍ବ, ଆମିଷ ନ ଖାଇଲେ ଭଲ ଦିବା ୧୧ଟା ୧୪ ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୧୧ଟା ୧୪ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଏବଂ ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୫ଟା ୫୬ମିନିଟ୍ ରୁ ୭ଟା ୨୬ମିନିଟ୍, ଦିବା ୧ଟା ୨୪ମିନିଟ ରୁ ୨ଟା ୫୪ ମିନିଟ, ଦିବା ୪ଟା ୨୩ମିନିଟ ରୁ ୫ଟା ୫୩ ମିନିଟ, ସନ୍ଧ୍ୟା ୫ଟା ୫୩ମିନିଟ ରୁ ୭ଟା ୨୩ ମିନିଟ, ରାତ୍ରି ୪ଟା ୨୫ମିନିଟ୍ ରୁ ରାତ୍ରି ୫ଟା ୫୫ମିନିଟ । ଶୁଭସମୟ- ଦିବା ୧୦ଟା ୨୫ମିନିଟ୍ ରୁ ୧ଟା ୦୬ମିନିଟ୍, ରାତ୍ରି ୮ଟା ୧୭ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ରି ୧୨ଟା ୧୮ମିନିଟ୍ ରୁ ୧ଟା ୫୪ମିନିଟ୍, ରାତ୍ର ୨ଟା ୪୩ମିନିଟ୍ ରୁ ରାତ୍ର ୪ଟା ୧୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କର୍ମକ୍ଷେତ୍ରରେ କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ମାନସିକ ଶାନ୍ତି ମିଳିବ । ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ । ଆର୍ଥିକଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ କିଛି ସଂଗ୍ରହ କରି ପାରନ୍ତି । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।

ବୃଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ । କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ । ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି । ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ । କର୍ତ୍ତବ୍ୟ ଠିକ୍ ଭାବରେ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଶିକ୍ଷାକ୍ଷେତ୍ରରେ ବିଜୟୀ ହେବେ ଓ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବିରାଜମାନ କରିବ ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ । ଅଳ୍ପରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରି ପାରନ୍ତି । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଲାଭ ପାଇବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ । ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ଫେରି ପାଇବେ । ଜାଗା, ଜମି, ଗୃହ, ବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରିବେ । କର୍ମଚାରୀ ମାନଙ୍କର ଉନ୍ନତିହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ ସାହାଯ୍ୟ ପାଇବାକୁ ଚେଷ୍ଟା କରିବେ । ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ । ବାସ ଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ପାଠ ପଢ଼ାରେ ମନଯୋଗ ଦେଇ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ଶୁଭସୂଚନା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କର୍ମଚାରୀମାନଙ୍କ ସହଯୋଗ ଯୋଗୁ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!