ଦୈନିକ ରାଶିଫଳ: ୧୮ ମଇ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୧୮ତାରିଖ, ସୋମବାର, ବୃଷମାସ ୫ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ଶିମ୍ବ ନ ଖାଇଲେ ଭଲ। ଶୁଭସମୟ ଦିବା ୮ଟା ୪୨ମିନିଟ୍ ରୁ ୧୦ଟା ୨୫ମିନିଟ୍, ରାତ୍ର ୯ଟା ୯ମିନିଟ୍ ରୁ ୧୦ଟା ୨୦ମିନିଟ୍। ପର୍ବଦିନସର୍ବ ସମ୍ମତ ଜଳକ୍ରୀଡା ଏକାଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଘରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ରାଜନୀତିରେ ସଫଳତା ସହ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର:-ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପଡାପଡୋଶୀ ଓ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସାଂସାରିକ ଜୀବନ ସୁଖମୟ ହେବ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବାଧା ଉପୁଜି ପାରେ। ପ୍ରତିକାର:-ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ କଠିନ ପରିଶ୍ରମ କରି ଆଶା ମୁତାବକ ଫଳ ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ପାରିବାରିକ ଜୀବନରେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସି, ଉନ୍ନତି ହେବ। ରାଜନୀତିରେ ନିସ୍ଵାର୍ଥପର ଭାବ ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି, ନିମ୍ନବର୍ଗଙ୍କ ଯୋଗେ ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲି ପାରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ। ରାଜନୀତିରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମ କ୍ଷେତ୍ରରେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ।  ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ପ୍ରସ୍ତୁତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆକସ୍ମିକ ଅର୍ଥଲାଭ, ଆୟବୃଦ୍ଧି, ଋଣମୁକ୍ତି, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡି ପାରେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ।  ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହୋଇ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇ ଆୟ ବୃଦ୍ଧି ହେବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!