ଦୈନିକ ରାଶିଫଳ: 18 ମଇ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୧୮ତାରିଖ, ମଙ୍ଗଳବାର, ବୃଷମାସ ୪ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ପିତାଦ୍ରବ୍ୟ ନ ଖାଇଲେ ଭଲ, ଦିବା ୧୨ଟା ୩୩ ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୪ମିନିଟ୍ ରୁ ୬ଟା ୫୦ମିନିଟ୍, ସକାଳ ୯ଟା ୩୪ମିନିଟ୍ ରୁ ୧୨ଟା ୮ମିନିଟ୍, ଦିବା ୪ଟା ୩୬ମିନିଟ୍ ରୁ ୫ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୧୩ମିନିଟ୍ ରୁ ୬ଟା ୫୫ମିନିଟ୍, ରାତ୍ର ୮ଟା ୫୮ମିନିଟ୍ ରୁ ୯ଟା ୫୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶାରିରୀକ ଅସୁସ୍ଥତା ଓ ଆଳସ୍ୟଭାବ ଦୂରହେବ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ । କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ । ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । କାମକାର୍ଯ୍ୟ ପ୍ରତି ମନ ଲାଗିବ । ଏକତ୍ରିତ ହୋଇ ପାରିବାରିକ ସମସ୍ୟା ସମାଧାନ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ସରକାରୀ ଚାପ ପଡିଲେ ମଧ୍ୟ ସବୁ ଦିଗରୁ ସଫଳତା ମିଳିବ । ପୁରାତନ ରୋଗର ଉପଶମ ଫଳରେ ମନଖୁସି ରହିବ । କର୍ମ ସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଛାତ୍ର-ଛାତ୍ରୀମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:- ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହୋଇ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଦାମ୍ପତ୍ୟ ସୁଖରେ ସୁଖି, ପାରିବାରିକ କାର୍ଯ୍ୟରେ ସଫଳତା, ଯୁବକ-ଯୁବତୀମାନେ ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପିତ୍ତଦୋଷ ବୃଦ୍ଧି ପାଇ ଶରୀରପୀଡା କଷ୍ଟକର ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର-ଛାତ୍ରୀମାନେ ଖୁସି ହେବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ ଓ ଆର୍ଥୀକ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଶାରିରୀକ ସୁସ୍ଥତା ଦେଖା ଦେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମସଂଧାନୀମାନେ ନୂତନ କର୍ମ ନିଯୁକ୍ତି ପାଇବେ । ପାରିବାରିକ ଅଶାନ୍ତି ଦୂର ହେବ ଓ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ବିଚ୍ଛା:-ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଧର୍ମ-କର୍ମରେ ରୁଚି ରହିବ । ଇଣ୍ଟରନେଟ୍ କିମ୍ବା ଫୋନ୍ ମାଧ୍ୟମରେ ଯୋଗାଯୋଗ କରି କେତେକ ସମସ୍ୟାର ସମାଧାନ କରି ପାରିବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇ ପାରେ । ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ସତର୍କରେ ନ ଚାଲିଲେ କର୍ମକ୍ଷେତ୍ରରେ ବାଧା ଦେଖାଦେବ । ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ଘା୭କର୍ମକ୍ଷେତ୍ରରେ ଶାନ୍ତି ପାଇବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ସାମାନ୍ୟ ଲାଭହେବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା ଜାରି ରଖନ୍ତୁ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ । ଛାତ୍ର-ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ । କର୍ମସଂଧାନୀ ମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!