ଦୈନିକ ରାଶିଫଳ: 18 ମଇ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୧୮ତାରିଖ, ବୁଧବାର, ବୃଷମାସ ୪ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ତୃତୀୟାତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ସକାଳ ୮ଟା ୯ମିନିଟ୍ ଗତେ ମୂଳା ନକ୍ଷତ୍ର ଧନୁ ରାଶିରେ ଚନ୍ଦ୍ର । ସିଦ୍ଧ ଯୋଗ ସନ୍ଧ୍ୟା ୬ଟା ୪୩ମିନିଟ୍ ପରେ ସାଧ୍ୟ ଯୋଗ । ବାଣିଜ୍ୟ କରଣ ଦିବା ୧ଟା ୧୮ମିନିଟ୍ ପରେ ବିଷ୍ଟି କରଣ । କର୍କଟ ରାଶିର ଘାତବାର । ସକାଳ ୮ଟା ୯ମିନିଟ୍ ପରେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ରାତି ୧୧ଟା ୩୭ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୧୧ଟା ୩୭ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୩୧ମିନିଟ୍ ରୁ ଦିବା ୧୦ଟା ୭ମିନିଟ୍, ଦିବା ୧୧ଟା ୪୩ମିନିଟ୍ ରୁ ଦିବା ୧ଟା ୧୯ମିନିଟ୍, ରାତ୍ରି ୨ଟା ୩୧ମିନିଟ୍ ରୁ ୩ଟା ୫୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୦ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୦ଟା ୮ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୫ମିନିଟ୍, ସନ୍ଧ୍ୟା ୬ଟା ୫୩ମିନିଟ୍ ରୁ ରାତ୍ର ୧୦ଟା ୩୫ମିନିଟ୍, ରାତ୍ର ୧ଟା ୩୬ମିନିଟ୍ ରୁ ରାତ୍ର ୨ଟା ୩୦ମିନିଟ୍, ରାତ୍ର ୩ଟା ୫୬ମିନିଟ୍ ରୁ ୫ଟା ୧୮ମିନିଟ୍ ।

ମେଷ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତି କ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ଖୁସି ହେବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

କର୍କଟ:-ଶତୃମାନେ ମଥାନତ କରିବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରି ପାରନ୍ତି । ଅଳ୍ପରେ ସନ୍ତୁଷ୍ଟ ହେବା ଫଳରେ ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟର ସ୍ରୋତ ବୃଦ୍ଧିହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତିରେ ସଫଳତା ମିଳିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର-ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଗୃହୋପକରଣ କ୍ରୟ କରିବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ଫଳରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରିବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ ।

ମକର:-ବ୍ୟବସାୟରେ ଲାଭ କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ଘରୋଇ ଚାକିରି କ୍ଷେତ୍ରରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ ବରଂ ଉନ୍ନତି କରି ପାରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ ।

କୁମ୍ଭ:-ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟରେ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହୋଇ ପାରେ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେ ମଧ୍ୟ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । କର୍ମକ୍ଷେତ୍ରରେ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ଛାତ୍ର ଛାତ୍ରୀ ମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!