ସାପ୍ତାହିକ ରାଶିଫଳ: ମଇ ୧୮ ରୁ ମଇ ୨୪, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ  ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ  ସହଜରେ ପରିଶୋଧ କରିପାରିବେ। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସରକାରୀ କର୍ମଚାରୀ ମାନଙ୍କର ପଦୋନ୍ନତି ହେବ। କର୍ମସଂଧାନୀ ମାନେ କର୍ମନିଯୁକ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଭଲ ଲାଭ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ଶରୀର ସୁସ୍ଥ ରହିବ। ପ୍ରେମିକ ଓ ପ୍ରେମିକାମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ମହିଳାମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର:– ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗିତା ଓ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ। ବ୍ୟବସାୟୀମାନଙ୍କର ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ସନ୍ତାନମାନେ ସୁନାମ ଅର୍ଜନ କରିବେ। ରାଜନୈତିକ କ୍ଷେତ୍ରରେ ନିଜ ସ୍ଵାର୍ଥକୁ ସର୍ବସ୍ଵ ମଣି ଅନ୍ୟମାନଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ସାହାଯ୍ୟ କରି ପଦ ପଦବୀ ଲାଭ କରି ପାରନ୍ତି। ପରିବାରରେ ଅଧିକ ପରିଶ୍ରମ କରି ଲକ୍ଷ୍ୟ ସିଦ୍ଧି କରିବେ। ଛାତ୍ର ଛାତ୍ରୀମାନଙ୍କର ପଢାପଢିରେ ମନ ଲାଗିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ଏକାକିତ୍ଵ ବୋଧର କୁହୁଳା ଅବଶୋଷରୁ ମୁକ୍ତ ହେବେ। ସାମୟିକ ରକ୍ତଚାପ ବା ଶିରୋପୀଡା ଜନିତ ପୀଡାରୁ ମୁକ୍ତି ମିଳିବ। ଦୈବୀଶକ୍ତି ବଳରେ ବିପଦରୁ ରକ୍ଷା ପାଇପାରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ ବ୍ୟବସାୟୀ ମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ମହିଳାମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ।  ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଛାତ୍ର ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ପାରିବାରିକ ସ୍ତରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯାଇ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ ଏବଂ ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା କରିବେ। ପ୍ରେମୀ ପ୍ରେମିକାଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟି ହେବ। ଆୟ ଉତ୍ତମ, ଶରୀର ସୁସ୍ଥ ରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ଜାରି ରହି ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶାରୀରିକ ପୀଡା, ମନର ଦୁଶ୍ଚିନ୍ତା ଦୂର ହୋଇଯିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି  ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଚାକିରୀ ଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିରେ ସଫଳତା ଲାଭ କରିବେ। ବ୍ୟବସାୟରେ ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଉନ୍ନତି ଆଶାନୁରୂପ ଲାଭ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ।  ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ନୂତନ ଆୟର ପନ୍ଥା ଖୋଲିଯିବ। ବିରାଟ ଯୋଜନାର ସଂକଳ୍ପ ନେବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତି ହେବ। ଆକସ୍ମିକ ଧନ ଲାଭ ହେବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ।  ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!