ଦୈନିକ ରାଶିଫଳ: ୧୮ ନଭେମ୍ବର ୨୦୧୮। ଆଜି ଦିନଟି ସମସ୍ତ ରାଶି ପାଇଁ କିଛି ନା କିଛି ଶୁଭଫଳ ପ୍ରଦାନ କରିବ… 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ନଭେମ୍ବର ୨୦୧୮। ଆଜି ଦିନଟି ସମସ୍ତ ରାଶି ପାଇଁ କିଛି ନା କିଛି ଶୁଭଫଳ ପ୍ରଦାନ କରିବ…

ମେଷ:-

ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:  ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ :-

ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ :-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ଖ୍ୟାତି ସହ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଋଣରୁ ମୁକ୍ତି ପାଇବାପାଇଂ ଯୋଜନା କରି ପାରନ୍ତି। ଶତ୍ରୁବାଧା ଦୂରେଇ ଯିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ। ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ସାଧାରଣ ଦିନଚର୍ଯ୍ୟ। ଅତୁଟ ରହିବ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ପ୍ରଶଂସା ପାଇବେ। ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ। ମାନସିକଚାପ ବୃଦ୍ଧି ଓ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ମହିଳାମାନେ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଲାଭ ପାଇବେ। ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର :-

ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ :-

ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେବେ। ଦୀର୍ଘଦିନର ଆଶା ଆଜି ପୂରଣ ହେବ। ଉଚ୍ଚପଦବୀରେ ଅଧିଷ୍ଠିତହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ। ପରହାତରେ ଥିବା ଧନ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ:-

ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ସାଂସାରିକ ଜୀବନ ସୁଖମୟ ହେବ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!