ଦୈନିକ ରାଶିଫଳ: ୧୮ ନଭେମ୍ବର ୨୦୧୯, ମହା ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସମସ୍ତ କଷ୍ଟ ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପୁରାତନ ରୋଗରୁ ଉପଶମ ମିଳିବା ଫଳରେ ଶରୀର ଭଲ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖା ଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ବ୍ୟବସାୟୀ ମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତି କ୍ଷେତ୍ରରେ ସୁବକ୍ତା, ଜନପ୍ରିୟ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି, ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବା ସହ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ପାରିବାରିକ କ୍ଷେତ୍ରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟରେ ଲାଭ ବାନ ହେବେ। ମନ ଓ ଶରୀର ଭଲ ରହି ନପାରେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ବିଦେଶ ଯାତ୍ରାରେ ସଫଳ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।   

ସିଂହ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଆର୍ଥିକ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିଲେ ପ୍ରତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଶତୃପକ୍ଷ ଦୁର୍ବଳ ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତିରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ପ୍ରତିକାରନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ବ୍ୟାପାର କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସ୍ୱାସ୍ଥ୍ୟରେ ଊନ୍ନତି, ମାନସିକ ସ୍ଥିରତା ସତ୍ତ୍ୱେବି ରାତ୍ରିକାଳୀନ ଦୁଃସ୍ଵପ୍ନ ଦେଖି ପାରନ୍ତି। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ବନ୍ଧୁମିତ୍ରଙ୍କ ସାହାଯ୍ୟ ସହଯୋଗ ମିଳିବ। ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇ ଯିବ। ରାଜନୀତିରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ। ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରି ପାରନ୍ତି। ଟଙ୍କ।ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ବିଜୟୀ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ରାଜନୀତିରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଚାକିରୀରେ ପଦୋନ୍ନତି ହବାର ସୁଯୋଗ ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

କୁମ୍ଭ:-

ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଉଦ୍ୟମ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ମାନସିକ ଶାନ୍ତି ମିଳିବ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ରାଜନୀତିରେ ସରକାରୀ କ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!