୨୦୨୨ମସିହା, ଅକ୍ଟୋବର ମାସ ୧୮ତାରିଖ, ମଙ୍ଗଳବାର, ତୁଳାମାସ ୨ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ଅଷ୍ଟମୀତିଥି ଦିବା ୧୧ଟା ୫୮ମିନିଟ୍ ପରେ ନବମୀତିଥି, ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ସିଦ୍ଧ ଯୋଗ ଦିବା ୪ଟା ୫୧ମିନିଟ୍ ପରେ ସାଧ୍ୟ ଯୋଗ। କୌଳବ କରଣ ଦିବା ୧୧ଟା ୫୮ମିନିଟ୍ ପରେ ତୈତିଳ କରଣ। ମକର ରାଶିର ଘାତବାର। ନଡିଆ, ଆମିଷ ନ ଖାଇଲେ ଭଲ ଦିବା ୧୧ଟା ୫୮ମିନିଟ୍ ପରେ ଲାଉ ନ ଖାଇଲେ ଭଲ। ଯୋଗିନୀ- ଐଶାନ୍ୟେ ଦିବା ୧୧ଟା ୫୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ।
ଶ୍ରାଦ୍ଧତର୍ପଣ- ନବମୀର ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୧୨ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୫୮ମିନିଟ୍ ରୁ ୨ଟା ୨୪ମିନିଟ୍, ସନ୍ଧ୍ୟା ୬ଟା ୫୧ମିନିଟ୍ ରୁ ରାତ୍ର ୮ଟା ୨୪ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୪୬ମିନିଟ୍ ରୁ ୬ଟା ୩୦ମିନିଟ୍, ସକାଳ ୮ଟା ୩୯ମିନିଟ୍ ରୁ ୧୧ଟା ୭ମିନିଟ୍, ସନ୍ଧ୍ୟା ୫ଟା ୧୮ମିନିଟ୍ ରୁ ୬ଟା ୫୦ମିନିଟ୍, ରାତ୍ର ୮ଟା ୨୫ମିନିଟ୍ ରୁ ୮ଟା ୩୬ମିନିଟ୍, ରାତ୍ର ୯ଟା ୨୮ମିନିଟ୍ ରୁ ୧୧ଟା ୫୫ମିନିଟ୍, ରାତ୍ର ୧ଟା ୩୭ମିନିଟ୍ ରୁ ୩ଟା ୧୫ମିନିଟ୍, ରାତ୍ର ୪ଟା ୭ମିନିଟ୍ ରୁ ୫ଟା ୪୫ମିନିଟ୍।
ମେଷ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଅନେକ ଦିଗରୁ ଖୁସି ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। କର୍ମ କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ରହିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶିକ୍ଷା କ୍ଷେତ୍ରରେ ଅନ୍ୟମନସ୍କ ରହି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ ସମ୍ପତି କ୍ରୟ କରିପାରନ୍ତି। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀମାନେ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କନ୍ୟା:-ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହେବ। ସହକର୍ମୀ ମାନଙ୍କର ସହଯୋଗ ପାଇ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇବା ଫଳରେ ଉଚ୍ଚଆଶା ସଫଳ ହେବ। ଛାତ୍ରଛତ୍ରୀ ମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରିପାରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଶତୃମାନେ ମଥାନତ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଜାଗାଜମି ଗୃହସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସୂଚନା ମିଳିବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବ୍ୟବସାୟରେ ବହୁବିଧ ଲାଭ ମିଳିବ। ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ମୀନ:-ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରି ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।