ଦୈନିକ ରାଶିଫଳ: 18 ଅକ୍ଟୋବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧୮ ତାରିଖ, ରବିବାର, ତୁଳା ମାସ୨ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ସ୍ଵାତୀ ନକ୍ଷତ୍ର, ସକାଳ ୮ଟା ୫୧ମିନିଟ୍ ଗତେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୩୩ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୧୨ଟା ୫୯ମିନିଟ୍ ରୁ ୨ଟା ୫୮ମିନିଟ୍, ଦିବା ୩ଟା ୪୬ମିନିଟ୍ ରୁ ୩ଟା ୫୦ମିନିଟ୍, ରାତ୍ର ୭ଟା ୪୮ମିନିଟ୍ ରୁ ୯ଟା ୨୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ବ୍ୟବସାୟରେ ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଋଣ ଭାରରୁ ମୁକ୍ତି ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅର୍ଥଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ।  ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-

ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନ୍ୟର ଉପକାର କରି ପ୍ରଶଂସା ପାଇବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବା ସହ ବନ୍ଧୁ ସମାଗମ ହେବ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଦେଖା ଦେଇ ପାରେ। ରାଜନେତା ମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ କ୍ଷତି ସହିବେ। ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବା ପାଇଁ ଯୋଗାଯୋଗ କରିବାର ସୁବିଧା ପାଇବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ପାଇ ଖୁସି ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ସାମାନ୍ୟ ଚେଷ୍ଟା କଲେ ବେରୋଜଗାରଙ୍କୁ ରୋଜଗାର ମିଳି ଯାଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ବକେୟା ଅର୍ଥ ଆଦାୟ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପୁରାତନ ରୋଗର ଉପସମ ହେବ।  ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ବିକ୍ରୟ କରିବାର ଯୋଗାଯୋଗ କରି ପାରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରେମିକ ପ୍ରେମିକା ମାନେ ସତର୍କ ରହିଲେ ଆନନ୍ଦ ଅନୁଭବ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ରାଜନୀତି କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟ କ୍ଷେତ୍ରରେ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ଶୁଭ ଖବର ପାଇ ଖୁସି ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ପୂର୍ଣ୍ଣ ସଫଳତା ପାଇବା ସହ ପୂର୍ବ ସମସ୍ୟାର ସମାଧାନ ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହୋଇ ଶାନ୍ତି ବିରାଜମାନ କରିବ। ଶତୃମାନେ ମଥାନତ କରିବେ। ମନରେଥିବା କାମନା ପୂର୍ଣ୍ଣ ହେବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!