ଦୈନିକ ରାଶିଫଳ: 18 ସେପ୍ଟେମ୍ବର 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 4ଟି ରାଶିଙ୍କ ଚମକିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୧୮ତାରିଖ, ରବିବାର, କନ୍ୟାମାସ ୨ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି ଦିବା ୪ଟା ୩୩ମିନିଟ୍ ପରେ ନବମୀତିଥି, ମୃଗଶିରା ନକ୍ଷତ୍ର ଦିବା ୩ଟା ୧୦ମିନିଟ୍ ପରେ ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ସକାଳ ୬ଟା ୩୨ମିନିଟ୍ ପରେ ବ୍ୟତିପାତ ଯୋଗ । କୌଳବ କରଣ ଦିବା ୪ଟା ୩୩ମିନିଟ୍ ପରେ ତୈତିଳ କରଣ । ମେଷ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ଦିବା ୪ଟା ୩୩ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୪ଟା ୩୩ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୦ମିନିଟ୍ ରୁ ୧ଟା ୧୧ମିନିଟ୍, ରାତ୍ରି ୧ଟା ୧୦ମିନିଟ୍ ରୁ ୨ଟା ୩୯ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୧ଟା ୧୨ମିନିଟ୍ ରୁ ୩ଟା ୧୭ମିନିଟ୍, ଦିବା ୪ଟା ୭ମିନିଟ୍ ରୁ ୪ଟା ୧୧ମିନିଟ୍, ରାତ୍ର ୮ଟା ୭ମିନିଟ୍ ରୁ ୯ଟା ୪୦ମିନିଟ୍, ରାତ୍ର ୧୨ଟା ୫ମିନିଟ୍ ରୁ ୧ଟା ୯ମିନିଟ୍, ରାତ୍ର ୨ଟା ୪୦ମିନିଟ୍ ରୁ ୫ଟା ୩୭ମିନିଟ୍ । ପର୍ବଦିନ- ଅଷ୍ଟକା ଶ୍ରାଦ୍ଧ, ଅଷ୍ଟମୀ ଶ୍ରାଦ୍ଧ ମହାଳୟା ବିଧିରେ କରଣୀୟ ।

ମେଷ:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ନୂତନ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶାରିରୀକ ଅସୁସ୍ଥତା ଦୂରହେବା ସହ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବ୍ୟବସାୟରେ ଇଛାମୁତାବକ ଲାଭ ପାଇବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ପରିବାରରେ ମାନ ମନାନ୍ତର ଦୂର ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ପାଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ବିଷୟରେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟ କରିବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ସହଜ ସରଳରେ ପୂର୍ଣ୍ଣ କରି ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ପୂର୍ଣ୍ଣକରି ପାରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଭୋଗବିଳାସରେ ସାମିଲ ହେବାକୁ ସମୟ ସୃଷ୍ଟି କରି ପାରିବେ । ପ୍ରେମ କ୍ଷେତ୍ରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶାରୀରିକ କଷ୍ଟ ଦୂର ହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ ଓ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ମନରେଥିବା କାମନା ପୂର୍ଣ୍ଣ ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!