ସାପ୍ତାହିକ ରାଶିଫଳ: ୧୮ ରୁ ୨୪ ଫେବୃୟାରୀ, ଏହି ସପ୍ତାହରେ ସମସ୍ତ ରାଶିଙ୍କୁ ମିଳିବ କଷ୍ଟରୁ ମୁକ୍ତି, ହେବ ସୁଖ ସମୃଦ୍ଧି ପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୮ ରୁ ୨୪ ଫେବୃୟାରୀ

ମେଷ:-

ଏ ସପ୍ତାହରେ ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ। ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ଏବଂ କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକଚାପ ବୃଦ୍ଧି ହେଲେ ମଧ୍ୟ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ମିଥୁନ:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଦେଖାଦେବ। ଯୁବକ-ଯୁବତୀମାନେ ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ କଷ୍ଟକଲେ ଉତ୍ତିର୍ଣ୍ଣ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ଲାଭ ପ୍ରାପ୍ତି ହେବାସହ ରୋଜଗାର ଭଲହେବ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। ମହିଳାମାନେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଏ ସପ୍ତାହରେ ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସଫଳତା ଅର୍ଜନ କରିବାସହ ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଏବଂ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ଯୁବକ-ଯୁବତୀମାନେ ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପାଠ ପଢ଼ାରେ ମନଯୋଗ ଦେବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ତୁଳା:-

ଏ ସପ୍ତାହରେ ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧିପାଇବ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ଶୁଭକାର୍ଯ୍ୟରେ ଖର୍ଚ୍ଚକରିବେ। ଧର୍ମଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଦାମ୍ପତ୍ୟସୁଖରେ ସୁଖୀହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ ଓ ଶିକ୍ଷାର ମଧ୍ୟ ସୁବିଧା ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଗ୍ରହ ଅନୁକୂଳ ହେତୁ ପ୍ରବଳ ସଂଘର୍ଷର ସମ୍ମୁଖୀନ ହେଲେ ମଧ୍ୟ ଜିତାପଟ୍ଟ ଆପଣଙ୍କର ହେବ ଓ ଲୋକ ସମର୍ଥନ ପାଇବେ। ଟାଣୁଆନେତା, ପୁରୁଖାନେତା ଆପଣଙ୍କ ପାଇଁ ବିପଦକୁ ଡେଇଁବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିବେ। ସନ୍ତାନଙ୍କ ପ୍ରତି ସଜାଗ ରହିବା ଉଚିତ। ପ୍ରତିକାର:- ଧର୍ମ କାର୍ଯ୍ୟରେ ଯୋଗଦେଇ ଦାନକରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ସମସ୍ତ ପ୍ରଯୋଜିତ ପ୍ରକଳ୍ପ ଫଳବତୀ ହେବ ଏବଂ ନିଜର ଉପସ୍ଥିତି ମାଧ୍ୟମରେ ଲୋକମାନଙ୍କୁ ପ୍ରଭାବିତ କରି ପାରିବେ। ଅଧିକାରୀ ମାନଙ୍କର ସମର୍ଥନ ପ୍ରାପ୍ତ ହେବା ସହିତ ସରକାରୀ ସୂତ୍ରରୁ ବିଶେଷ ଲାଭାଂଶ ପ୍ରାପ୍ତ ହେବ। ବନ୍ଧୁମାନଙ୍କ ଗହଣରେ ଗର୍ବ ଅନୁଭବ କରିବେ ଓ ଶତୃମାନେ ପଦଦଳିତ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ଇଚ୍ଛିତସ୍ଥାନରେ ସ୍ଥାନାନ୍ତରଣ, ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁରସମ୍ପର୍କ ସ୍ଥାପନହେବ। ପତି ପତ୍ନୀଙ୍କ କ୍ଷେତ୍ରରେ ଓ ଦାମ୍ପତ୍ୟଜୀବନ ସୁଖମୟହେବ। ସନ୍ତାନ ସୁଖ ପ୍ରାପ୍ତି ନତୁବା ତତୁଲ୍ୟ ନୂତନଗୃହ, ନୂତନଯାନ, ନୂତନବ୍ୟବସାୟ, ନୂତନଜାଗା ଜମି ପ୍ରାପ୍ତିହେବ। ଚାକିରୀପାଇଁ ଚେଷ୍ଟାକରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟସଂବନ୍ଧୀୟବିଭାଗ, ଖାଦ୍ୟପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗକରନ୍ତୁ। ରାଜନୀତି କ୍ଷେତ୍ରରେ ବିରୋଧୀଙ୍କୁ ପରାସ୍ତ କରିବାରେ ସଫଳହେବେ। ମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ସରକାରୀ ଖର୍ଚ୍ଚରେ ବିଦେଶଯାତ୍ରା କରିବେ। ଗୁରୁ-ଗୁରୁଜନମାନଙ୍କର ଆଶୀର୍ବାଦ ଲାଭକରିବେ। ପ୍ରତିକାର: ଗାଈକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ଏ ସପ୍ତାହରେ ବ୍ୟବସାୟରେ ଜଡିତ ଥିଲେ ନିଜର ସମସାମୟିକ ମାନଙ୍କ ତୁଳନାରେ ଅଧିକ ଲାଭ ପ୍ରାପ୍ତ ହେବେ। ପ୍ରଚୁର ଧନସମ୍ପଦ ଅର୍ଜନ କରିବା ସହିତ ସୁନାମ ଓ ଖ୍ୟାତି ଦୂର ଦୂରାନ୍ତରକୁ ବ୍ୟାପିଯିବ। ଦୂରଦର୍ଶିତା ଯୋଗେ ଜାଗାଜମି, ଭୂ-ସମ୍ପଦ ଅର୍ଜନ କରିବା ସହ ବହୁମୂଲ୍ୟ ଅଳଙ୍କାରର ଅଧିକାରୀ ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନହେବ। ମହତ୍ ଉଦେଶ୍ୟ ନେଇ ଉଚ୍ଚ ଆକାଂକ୍ଷାରେ ବିଦେଶଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ। ଇଲେକ୍ଟ୍ରୀ, ଇଲେକଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ୟା ସମାଧାନ ହୋଇ ସୁଖଶାନ୍ତି ପାଇବା ସହ ଉନ୍ନତିମୂଳକ ପଦକ୍ଷେପନେବେ। କର୍ମକ୍ଷେତ୍ରରେ ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ଓ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏ ସପ୍ତାହରେ ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ମହିଳାମାନେ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ରହିବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ମହିଳାମାନେ ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।  

କୁମ୍ଭ:-

ଏ ସପ୍ତାହରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ଶରୀର ସୁସ୍ଥ ରହିବ।  ଛାତ୍ର ଓ ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷାରେ ପ୍ରଶଂସିତ ହେବେ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ମୀନ:-

ଏ ସପ୍ତାହରେ ବ୍ୟବସାୟରେ ଆର୍ଥିକ  ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ନିଜର ସମସ୍ତ ପ୍ରଚେଷ୍ଟା ଓ ପ୍ରକଳ୍ପରେ ସଫଳତା ଲାଭ କରିବା ସଙ୍ଗେ ସଙ୍ଗେ ଉଚ୍ଚତର ସ୍ଥିତିକୁ ଉନ୍ନତ ହେବାର ସମ୍ଭାବନା ଅଛି। ଲୋକପ୍ରିୟତା ଲାଭ କରିବା ସହିତ ନିଜର ବୃତ୍ତିଗତ ଅଥବା ବ୍ୟବସାୟିକ କ୍ଷେତ୍ରରେ ଜଣେ ମାନ୍ୟଗଣ୍ୟ ବ୍ୟକ୍ତିଭାବେ ପରିଚିତ ହେବେ। ଭଲ ଉପାର୍ଜନକ୍ଷମ ହେବା ସହ ପ୍ରତ୍ୟେକ ଅଭିଳାଷ ପରିପୂର୍ଣ୍ଣ ହେବ। ନୂତନ ବସ୍ତୁ ସଂଗ୍ରହ କରିବା ସହିତ ନୂତନ ଯାନ କ୍ରୟ କରିବାର ସମ୍ଭାବନାଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧରେ ନିକଟବର୍ତ୍ତୀ ହେବେ ଓ ପରବର୍ତ୍ତୀ ଅବସ୍ଥାରେ ଏହା ଏକ ସୁଖମୟ ବିବାହ ସମ୍ବନ୍ଧରେ ପରିଣତ ହୋଇପାରେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ କର୍ମର ସଂକେତ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!