ସାପ୍ତାହିକ ରାଶିଫଳ: ୧୮ ମାର୍ଚ୍ଚ ରୁ ୨୪ ମାର୍ଚ୍ଚ, ଏହି ସପ୍ତାହରେ ଶ୍ରୀ କ୍ରୀଷ୍ଣାଙ୍କ କୃପାରୁ ସମସ୍ତ ରାଶିର ଭାଗ୍ୟରେ ହେବ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୮ ମାର୍ଚ୍ଚ ରୁ ୨୪ ମାର୍ଚ୍ଚ

ମେଷ:-

ଏ ସପ୍ତାହରେ ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ଉନ୍ନତି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତା ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅବହେଳା କରିବେ। ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ।  ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ  ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର:  ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏ ସପ୍ତାହରେ ଆର୍ଥିକ ଉନ୍ନତି ଦେଖାଦେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ ଓ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ପୁରାତନ ରୋଗର ଉପଶମ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାର ରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ପ୍ରେମିକ-ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ।  କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଏ ସପ୍ତାହରେ  ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଯୁବକ-ଯୁବତୀ ମାନଙ୍କର ବ୍ୟୟ ତୁଳନାରେ ବହୁତ ଆୟ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ମହିଳାମାନେ ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ଏ ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ମଧ୍ୟ ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ସହ ସଫଳତା ଲାଭ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶାରିରୀକ ଅସୁସ୍ଥତା ଦୂରହେବା ସହ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର: ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ତୁଳା:-

ଏ ସପ୍ତାହରେ ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବସହନଶୀଳତା ଯୋଗେ ପ୍ରଶଂସା ମିଳିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବା ଫଳରେ ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରିୟ ଲୋକମାନେ ସନ୍ତୁଷ୍ଟ ହୋଇ କୌଣସି ନୂତନ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇ ପାରନ୍ତି। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ଏ ସପ୍ତାହର ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବା ଫଳରେ ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଏ ସପ୍ତାହରେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ପ୍ରାପ୍ତି ହେବା ସହ ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହୋଇପାରେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆଶାତୀତ ଲାଭପ୍ରାପ୍ତି ହେବ। ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିକାରପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏ ସପ୍ତାହରେ ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମି ପ୍ରାପ୍ତି ହେବ। ଯଦି ଏହି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରି ପାରନ୍ତି। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ, ପତିପତ୍ନୀଙ୍କ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବା ଯୋଗେ ଗୁରୁ-ଗୁରୁଜନ ମାନଙ୍କର ଆସ୍ଥାଭାଜନ ହେବେ। ଉତ୍ତମ କାର୍ଯ୍ୟ କରି ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ଓ ବିରୋଧି ତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏ ସପ୍ତାହରେ ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ  ସହଜରେ ପରିଶୋଧ କରିପାରିବେ। ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!