ସାପ୍ତାହିକ ରାଶିଫଳ: ୧୮ ନଭେମ୍ବର ରୁ ୨୪ ନଭେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ସମସ୍ତ କାର୍ଯ୍ୟ ହେବ ସଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ ଓ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ଛାତ୍ରଛାତ୍ରୀମାନେ ପ୍ରତି ଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବେ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହ ନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିନାପରିଶ୍ରମରେ ଧନପ୍ରାପ୍ତି ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଧର୍ମକାର୍ଯ୍ୟରେ ମତି ରହିବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକସ୍ଥିତି, ମାନସମ୍ମାନ ପ୍ରସିଦ୍ଧି ବୃଦ୍ଧି ପାଇବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ଆର୍ଥିକ ଦିଗରୁ ସୁବିଧା ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିପାରେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରିବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ। ପ୍ରତିକାର:- ସୂର୍ଯ୍ୟ ନମସ୍କାର କରନ୍ତୁ।   

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପ୍ରତିକାର ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ନୂତନ କର୍ମପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇପାରେ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ଓ ଆର୍ଥିକକ୍ଷେତ୍ରରେ ଉନ୍ନତିହେବ। ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ  ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ସ୍ଥିତି ସୁଧୁରିଯିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!