ଦୈନିକ ରାଶିଫଳ: ୧୯ ଏପ୍ରିଲ ୨୦୨୦, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବ୍ୟବସାୟରେ ପ୍ରଚୁର ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୯ତାରିଖ, ରବିବାର, ମେଷ ମାସ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୩୦ମିନିଟ୍ ରୁ ୯ଟା ୩୯ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୪୯ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁଙ୍କ ସହ ଯୋଗାଯୋଗ ହୋଇ ମଉଜ ମସ୍ତିରେ ସମୟ କଟି ପାରେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ଆୟ ଉତ୍ତମ ହେବ। କୁଟୁମ୍ବଙ୍କ ପକ୍ଷରୁ ଈର୍ଷା ପ୍ରଣୋଦିତ ବୈରତା, ଖଳବଳର ପ୍ରକୋପ ଯୋଗେ ସ୍ଵାସ୍ଥ୍ୟ ପୀଡା ଭୋଗି ପାରନ୍ତି। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସାମାଜିକ କାର୍ଯ୍ୟରେ ଯୋଗ ଦେଇ ନୂଆ ସମ୍ପର୍କ ସୃଷ୍ଟି କରି ପାରିବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ପରିଶ୍ରମ ଦ୍ଵାରା ବ୍ୟବସାୟକୁ ବଢେଇବା ସହ ଧନଲାଭ ହେବାରୁ ଖୁସି ହେବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବାକୁ ବାଧ୍ୟ ହେବେ। ନିଜର ତର୍କସଙ୍ଗତ ଢଙ୍ଗରେ ସମସ୍ତ ସମସ୍ୟା ସମାଧାନ କରି ପାରିବେ। ସନ୍ତାନଙ୍କ ଦ୍ଵାରା କିଛି ଶୁଭ ସମାଚାର ଓ ସଂକେତ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ବହୁତ ଦିନରୁ ପଡିରହିଥିବା କାମ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହଯୋଗରେ ସମ୍ପନ୍ନ ହେବ। ଗୁରୁ ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମନ ବହୁତ ଖୁସି ହେବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ।  ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ। ନିଜର ପ୍ରତ୍ୟୁତ୍ପନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ଶରୀର ଅସୁସ୍ଥ ହେବାର ସମ୍ଭାବନା ଅଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ।ରାଜକୀୟ କାର୍ଯ୍ୟ ମିତ୍ରଙ୍କ ସାହାଯ୍ୟରେ ପୂରଣ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଶୁଭ ସଂବାଦ ପାଇ ମନରେ ସନ୍ତୋଷ ଦେଖାଦେବ। ଅଧ୍ୟୟନ, ଅଧ୍ୟାପନା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସାମାଜିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି  ଉଚ୍ଚବର୍ଗଙ୍କ ଠାରୁ ପ୍ରଶଂସିତ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ରାଜନୀତି କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଅକସ୍ମାତ ଧନଲାଭ ହେବାରୁ ମନ ବହୁତ ଖୁସି ରହିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ନୂତନ ପ୍ରସ୍ତାବକୁ ଅଧିକାରୀ ଗ୍ରହଣ କରିବା ଫଳରେ କାମ କାର୍ଯ୍ୟରେ ପ୍ରସନ୍ନ ରହିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ବହୁତ ବଡ କାମର ଦାୟିତ୍ଵ ହାତକୁ ନେବେ ଯାହା ଫଳରେ ଭବିଷ୍ୟତରେ ତାହାର ସକରାତ୍ମକ ପରିଣାମ ସାମ୍ନାକୁ ଆସିବ। ପାରିବାରିକ କ୍ଷେତ୍ରରେ ମଧୁରତା ଆସିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ଫଳରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ଗଠନମୂଳକ କାର୍ଯ୍ୟ ଓ ସାମୁହିକ ଗତିବିଧିରେ ସଫଳତା ହାସଲ କରିବେ। ଅନେକ ଦିଗରୁ ଖୁସି ଓ ସଫଳତା ପ୍ରାପ୍ତ ହେବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ମିତ୍ର ଓ ସହଯୋଗୀମାନେ ସାହାଯ୍ୟ କରିବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ। ଶତୃ ଓ ବିରୋଧୀମାନେ ସାମ୍ନାକୁ ଆସିପାରିବେ ନାହିଁ।  ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ଧର୍ମକାର୍ଯ୍ୟରେ ନିଯୋଜିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ପ୍ରେରଣା ପାଇ ଉତ୍ସାହିତ ହେବେ।ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ।ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଛାତ୍ର ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ବନ୍ଧୁକୁଟୁମ୍ବଙ୍କ ପକ୍ଷରୁ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କସହ ବିବାଦ ମେଣ୍ଟିଯିବା ଫଳରେ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ। ଦାମ୍ପତ୍ୟ କ୍ଷେତ୍ରରେ ଥିବା ଦ୍ଵନ୍ଦର ସମାଧାନ ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମାଜିକ କଲ୍ୟାଣ କାର୍ଯ୍ୟରେ କର୍ତ୍ତବ୍ୟ ନିଷ୍ଠାରୁ ଯଶ ପ୍ରଶଂସାର ଅଧିକାରି ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ ହୋଇ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!