ଦୈନିକ ରାଶିଫଳ: 19 ଏପ୍ରିଲ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧୯ତାରିଖ, ସୋମବାର, ମେଷମାସ ୬ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ। ଶୁଭସମୟ- ସକାଳ ୫ଟା୩୦ମିନିଟ୍ ରୁ ୭ଟା ୨ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ୧ଟା ୨ମିନିଟ୍, ଦିବା ୪ଟା ୨୯ମିନିଟ୍ ରୁ ୫ଟା ୧୧ ମିନିଟ୍, ସନ୍ଧ୍ୟା ୬ଟା ୪୯ମିନିଟ୍ ରୁ ରାତ୍ରି ୯ଟା ୪ମିନିଟ୍, ରାତ୍ରି ୧୧ଟା ୪୬ମିନିଟ୍,ରୁ ୨ଟା୨୪ ମିନିଟ୍ । ପର୍ବଦିନ- ପୀଠେ ଓ ମୃଣ୍ମୟୀ ଦେବୀଙ୍କ ସପ୍ତମୀ ପୂଜା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କର୍ମ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇପାରେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କର୍ମ କ୍ଷେତ୍ରରେ ପଦୋନ୍ନତି ର ସୂଚନା, ନୂତନ ଗୃହ ଆଦି ଲାଭ ହୋଇପାରେ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-

ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ପ୍ରେମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବ। ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ। ଦୂରଯାତ୍ରାରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ ଓ ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୁଅନ୍ତୁ ନାହିଁ। ସ୍ୱାସ୍ଥ୍ୟପ୍ରତି ପୂର୍ଣ୍ଣ ଧ୍ୟାନ ରଖନ୍ତୁ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟରେ ଶ୍ରମିକ ଓ କର୍ମଚାରୀମାନଙ୍କ ଯୋଗେ ଆଶାତୀତ ଲାଭ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ଦୂର ସ୍ଥାନକୁ ଯାତ୍ରା କରିବେ। ନୂତନ ଗୃହ ନିର୍ମାଣ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-

ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ସରକାରୀ ସାହାଯ୍ୟ ମିଳିପାରେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇପାରେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସନ୍ତାନମାନଙ୍କର ଉନ୍ନତି, ସ୍ୱାସ୍ଥ୍ୟ ଠିକ୍ ରହିବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ଓ ଯଶମାନ ପ୍ରତିଷ୍ଠା ଲାଭହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।

ମୀନ:-

ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ତୀର୍ଥାଟନ ଯୋଗ ଥିବାରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!