ଦୈନିକ ରାଶିଫଳ: 19 ଏପ୍ରିଲ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୂର ସ୍ଥାନକୁ ଯାତ୍ରା କରିବେ ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ଗୃହରେ ଶୁଭ କାର୍ଯ୍ୟ ହୋଇପାରେ । କାର୍ଯ୍ୟ । ଳୟରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ ଓ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବା ଫଳରେ ମାନସିକ ସ୍ଥିରତା ଆସିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନକର୍ମ ଆରମ୍ଭ କଲେ ସଫଳ ହେବେ । ଆୟର ସ୍ରୋତ ଖୋଲିଯିବ । କର୍ମକ୍ଷେତ୍ରରେ ଉନ୍ନତି ହେବ । ହସଖୁସିରେ ସମୟ ବିତାଇବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆଖପାଖର ଲୋକମାନେ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ରାଜନୀତି କ୍ଷେତ୍ରରେ ପଦ ପ୍ରତିଷ୍ଠା ପ୍ରାପ୍ତି ହେବ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତିହେବ । କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । କର୍ମକ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ବିଚ୍ଛା:-ଧର୍ମ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ତଳୁ ଉପର ସ୍ତରଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବା ସହ ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ । ସ୍ୱାସ୍ଥ୍ୟର ଯତ୍ନ ନେବାକୁ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସମସ୍ୟା ଦୂର ହୋଇ ସମ୍ମାନୀତ ହେବେ । ଜଣେ ବନ୍ଧୁଙ୍କଠାରୁ ସହଯୋଗ ପାଇବେ । କେତେକ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ନୂତନବ୍ୟବସାୟ ଆରମ୍ଭ କରି ପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ ଓ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କୁମ୍ଭ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ ଓ ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ଯତ୍ନର ସହିତ ବୈଦୁତିକ ଉପକରଣ ବ୍ୟବହାର କରନ୍ତୁ । ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବା ସହ ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ଭଲଲାଭ ମିଳିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ଯୋଜନାରେ ସଫଳତା ମିଳିବ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!