ଦୈନିକ ରାଶିଫଳ: ୧୯ ଅଗଷ୍ଟ ୨୦୧୯, ମହା ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଅଚାନକ ଧନ ପ୍ରାପ୍ତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ କମ ପରିଶ୍ରମ କରି ଅଧିକ ଲାଭ ପାଇବା ସହ ମାନ-ସମ୍ମାନ ବୃଦ୍ଧି ହେବ। ପତିପତ୍ନି ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ଶତ୍ରୁମାନେ ପରାଜିତ ହେବେ। ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଉତ୍ତମ ରୋଜଗାର ହେଲେ ମଧ୍ୟ କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ।  ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରି କରି ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶାରୀରିକ ସୁସ୍ଥତା ସହ ମାନସିକ ଅଶାନ୍ତି ଦୂର ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ବ୍ୟବସାୟିକ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। କର୍ମଜୀବୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପାଠ ପଢ଼ାରେ ମନଯୋଗ ଦେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟିକ କ୍ଷେତ୍ରରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ କର୍ମ ନିଯୁକ୍ତି ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ବ୍ୟବସାୟ ରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ଶତ୍ରୁବାଧା ଦୂରେଇ ଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଗୃହବାହନ ପ୍ରାପ୍ତି ହେବ। ପରିଜନ ଓ ସାଧୁଜନପ୍ରିୟ ହେବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ବ୍ୟବସାୟୀକ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଆୟଉତ୍ତମ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ମଉଜ ମଜଲିସ୍ କରିବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପାରିବାରିକ କ୍ଷେତ୍ରରେ ଶାନ୍ତି, ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନ ମାନଙ୍କ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ପ୍ରତିକାର:- ଜନ୍ଦା ଓ ପିମ୍ପୁଡ଼ି ଗାତ ପାଖରେ କିଛି ଗୁଡ଼ ରଖନ୍ତୁ।

ମୀନ:-

ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଗୃହସ୍ଥ ଜୀବନ ସୁଖମୟ ହେବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!