Notice: Function _load_textdomain_just_in_time was called incorrectly. Translation loading for the heartbeat-control domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/u852326397/domains/jantrajyotisha.com/public_html/wp-includes/functions.php on line 6131

Deprecated: stripos(): Passing null to parameter #1 ($haystack) of type string is deprecated in /home/u852326397/domains/jantrajyotisha.com/public_html/wp-includes/functions.wp-styles.php on line 90
ଦୈନିକ ରାଶିଫଳ: ୧୯ ଅଗଷ୍ଟ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଦୈନିକ ରାଶିଫଳ: ୧୯ ଅଗଷ୍ଟ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୧୯ ତାରିଖ, ବୁଧବାର, ସିଂହ ମାସ ୪ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, ମଘାନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ, ସକାଳ ୮ଟା ୧୧ମିନିଟ୍ ଗତେ ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୨ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୧୦ଟା ୧୬ମିନିଟ୍ ରୁ ୧୧ଟା ୨୩ମିନିଟ୍, ଦିବା ୧ଟା ୫୭ମିନିଟ୍ ରୁ ୫ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୫୫ମିନିଟ୍ ରୁ ରାତ୍ର ୧୦ଟା ୪୦ମିନିଟ୍। ପର୍ବଦିନ- ସପ୍ତପୁରୀ ଅମାବାସ୍ୟା, ବୁଧିବାମନ ଓଷା ୩ୟ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶତୃମାନେ ମିତ୍ରଭାବ ଆଚରଣ କରିବା ଫଳରେ କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଆଶାତୀତ ଲାଭ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କର୍କଟ:-

ସରକାରୀ କର୍ମଚାରୀମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିଲେ ମଧ୍ୟ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଦେଖା ଦେବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇ ଯିବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖା ଦେବ। ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ଗୃହସ୍ଥ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ହେବାସହ ଉତ୍ତମ ଲାଭ ପ୍ରାପ୍ତି ହେବ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ।  ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସି ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଶତୃମାନେ ତଳମୁହାଁ ହେବେ। ସନ୍ତାନଠାରୁ ସୁଖପ୍ରାପ୍ତି ହେବ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ରାଜନିତୀ କ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ବ୍ୟବସାୟୀ ମାନେ ବା ବ୍ୟବସାୟ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ।  ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବାର ସୂଚନା ପାଇବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଶୁଭ ସୂଚନା ଶୁଣିବାକୁ ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ।  ବ୍ୟବସାୟୀମାନେ ଧୈର୍ଯ୍ୟ ଓ ସଂଯମତା ରଖିବା ଆବଶ୍ୟକ ନତୁବା ଅଧିକ ଫାଇଦା ଉଠାଇବା ଚକ୍କରରେ ବ୍ୟୟ ଅଧିକ ହୋଇଯିବ।ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ।  ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ।  ଛାତ୍ରଛାତ୍ରୀମାନଙ୍କୁ ବିବାଦମାନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବା ସହ ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ।  ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ ଜୀବନରେ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ ଓ ପାରିବାରିକ ଜୀବନ ଯାପନ ଶାନ୍ତିପୂର୍ଣ୍ଣ ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ