ଦୈନିକ ରାଶିଫଳ: 19 ଅଗଷ୍ଟ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୧୯ତାରିଖ, ଶୁକ୍ରବାର, ସିଂହମାସ ୩ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର ସକାଳ ୬ଟା ୬ମିନିଟ୍ ପରେ ବୃଷ ରାଶିରେ ଚନ୍ଦ୍ର । ଧ୍ରୁବ ଯୋଗ । ବାଳବ କରଣ ଦିବା ୧୦ଟା ୬ମିନିଟ୍ ପରେ କୌଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର ସକାଳ ୬ଟା ୬ମିନିଟ୍ ପରେ ବିଛା ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ରାତି ୧୦ଟା ୫୯ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତି ୧୦ଟା ୫୯ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୧ଟା ୫୦ମିନିଟ୍, ରାତ୍ରି ୮ଟା ୫୯ମିନିଟ୍ ରୁ ୧୦ଟା ୨୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୨ମିନିଟ୍ ରୁ ୬ଟା ୨୧ମିନିଟ୍, ସକାଳ ୭ଟା ୧୩ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୬ମିନିଟ୍ ରୁ ୨ଟା ୪୫ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ୬ଟା ୭ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ୮ଟା ୫୮ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ୩ଟା ୫୯ମିନିଟ୍ । ପର୍ବଦିନ- ବୈଷ୍ଣବ ମତ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସ୍ମାର୍ତ୍ତ ସମ୍ମତ ନନ୍ଦୋତ୍ସବ, କାଳାଷ୍ଟମୀ ।

ମେଷ:-ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ରାଜନୀତି କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନର ସୁଯୋଗ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସମ୍ମାନ ବୃଦ୍ଧି ହେବ । ଶତୃମାନେ ପରାଜିତ ହେବେ ଓ ପରାକ୍ରମ ବଢିବ । ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ । ନୂତନ କାମ ଆରମ୍ଭ କରିପାରିବେ । ନିବେଶ ଆଦିରେ ଲାଭ ହେବ । ସମସ୍ତ କ୍ଷେତ୍ରରେ ଜୟ-ଜୟକାର ହେବ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ମିଥୁନ:-ନିଜର କାର୍ଯ୍ୟକ୍ଷେତ୍ର ଉପରେ ବିଶେଷ ଧ୍ୟାନ ରଖିବା ଫଳରେ ଦରମା ବୃଦ୍ଧି ହେବାର ଆଶଙ୍କା ଅଛି । ଯଦି କିଛି ନୂଆ କାର୍ଯ୍ୟ କରୁଛନ୍ତି ତାହାଲେ ଆପଣଙ୍କର ବିଶେଷଲାଭ ମିଳିବ । ପ୍ରଭାବଶାଳି ଲୋକଙ୍କସହ ସମ୍ପର୍କ ବୃଦ୍ଧି ପାଇ ବହୁତ ଦିନର ଇଛା ପୂରଣ ହେବ । ପରିବରେ ଶାନ୍ତିର ବାତାବରଣ ରହିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ଅର୍ଜନ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

କର୍କଟ:-ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ରାଜନୀତିରେ ସଫଳତା ମିଳିବ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

କନ୍ୟା:-ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ତଳ ମହଲରୁ ଆଶାତୀତ ଲାଭ ପାଇ ପାରିବାରିକ ଜୀବନ ଆନନ୍ଦରେ କଟିବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବା ସହ ଆତ୍ମସନ୍ତୋଷ ଲାଭ କରିବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାବି ଚିନ୍ତି କାର୍ଯ୍ୟ ନକଲେ ଠକାମିରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ ଓ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ଧନୁ:-ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟାର ସମାଧାନ ହୋଇ ଆନନ୍ଦିତ ହେବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ସନ୍ତୁଷ୍ଟ ରହିବେ ଓ ଭଲ କାର୍ଯ୍ୟ କରି ଆଶାଆକାଂକ୍ଷାକୁ ପୂର୍ଣ୍ଣ କରିପାରିବେ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସନ୍ତାନ ସୁଖରେ ସୁଖୀ ହେବେ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ସରକାରୀ କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯାଇ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବ୍ୟବସାୟରେ ପରିଶ୍ରମ କଲେ ନିଶ୍ଚୟ ଲାଭ ହେବ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନର ବାଟ ଫିଟି ଯିବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!