ସାପ୍ତାହିକ ରାଶିଫଳ: ୧୯ ଅଗଷ୍ଟ ରୁ ୨୫ ଅଗଷ୍ଟ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ପ୍ରାପ୍ତି ସହ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି  ସହ ସଫଳତା ଲାଭ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ  ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ ଓ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ। ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ। ମାଲିମୋକଦ୍ଦମାରେ ସଫଳ ହୋଇ ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ଦୂରଯାତ୍ରା କରି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ମନ ଖୁସି କରିବେ। ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ କ୍ଷେତ୍ରରେ ସର୍ବ ଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଯୋଗେ ଚିତ୍ତପ୍ରସନ୍ନ ରହିବ। ବ୍ୟବସାୟରେ ଉଚ୍ଚ ଆଶାରେ ଆଗେଇ କାର୍ଯ୍ୟ ସିଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପରୋକ୍ଷ ଶତ୍ରୁତା କାରଣରୁ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ଆୟ ବଢିବ। କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ନୂତନ କାର୍ଯ୍ୟରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପାରିବାରିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ ବା କ୍ରୟ କରି ପାରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବା ଫଳରେ ସ୍ଥଗିତଥିବା କର୍ମଟି ପୂରଣ ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମାନସିକ ସୁସ୍ଥତା ଅନୁଭବ କରିବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ଏବଂ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତହେବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ ପତିଆରା ଅମଳିନ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖାଦେବ ଓ ଦାମ୍ପତ୍ୟ ଜୀବନରେ ଶାନ୍ତି ପାଇବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଣିଜ୍ୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ବିଦ୍ୟାରେ ଉନ୍ନତି ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ଓ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଓ ଚାକିରିରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ।  ରାଜନୀତି କ୍ଷେତ୍ରରେ ଉଚ୍ଚଆଶା ସଫଳ ହୋଇ ଦୂରଯାତ୍ରାରେ ଲାଭପାଇବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ।  ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକଯୁବତୀ ମାନେ ଉତ୍ସାହ ବର୍ଦ୍ଧକ ସମାଚାର ପାଇବେ। ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!