ଦୈନିକ ରାଶିଫଳ: ୧୯ ଡିସେମ୍ବର ୨୦୧୮, ପ୍ରଭୁ ଗଣେଶ କରିବେ ଏହି ସବୁ ରାଶି ମାନଙ୍କର ସମସ୍ତ ଇଚ୍ଛା ପୂର୍ଣ୍ଣ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୯ ଡିସେମ୍ବର ୨୦୧୮

ମେଷ:-

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ। ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ। ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ। ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ଓ ବ୍ୟୟ ମଧ୍ୟ କରିବେ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ଶୁଭ ସମ୍ବାଦ ପାଇ ସମସ୍ୟା ସମାଧାନ ହୋଇଯିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଶତୃ ଓ ବିରୋଧୀଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ। ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।    

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସି ପାରେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ:-

ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଗୃହପୋକରଣ ନୂତନ ବସ୍ତୁ କ୍ରୟ କରି ପାରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସାମ୍ବାଦିକ ମାନେ ଲୋକଙ୍କୁ ନିଜର କରିପାରିବେ। ପ୍ରଚୁର ଅର୍ଥ ଲାଭ ହୋଇ ଆର୍ଥିକ ମାମଲା ସୁଧୁରିବ ଓ ପରିସ୍ଥିତି ବଦଳିଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ମାନ ସମ୍ମାନ ମିଳିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଦୂରଯାତ୍ରାରେ ସଫଳ ହେବେ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

କନ୍ୟା:-

ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ। ମହିଳାମାନଙ୍କ ଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। ବାଦ-ବିବାଦଠାରୁ ଦୂରେଇ ରହିବା ଉଚିତ୍। ସନ୍ତାନଙ୍କ ଚିନ୍ତାରେ ଚିନ୍ତିତ ରହିବେ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।  

ତୁଳା:-

ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଶୁଭ ସମାଚାର ପାଇ ଖୁସି ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଛା:-

ସରକାରୀ କାମରେ ଶତୃମାନେ ଦୂରେଇ ଯିବେ ଓ ସଫଳତା ମିଳିବ। ସାଂସାରିକ ଜୀବନରେ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ବନ୍ଧୁଙ୍କ ଆଗମନ ହେବ। ରାଜନୀତିରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ପରିଶ୍ରମରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ। ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମକର:-

କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମରେ ଶୁଭସୂଚନା ମିଳିବ। ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସିଗପ ଓ ମଉଜ ମଜଲିସ୍ କରିବେ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବ। କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ। ସୁଖ ସମୃଦ୍ଧି ଯଶ କୀର୍ତ୍ତିରେ ଉନ୍ନତି ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମୀନ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ମହିଳାମାନେ ଶୁଭ ସମାଚାର ପାଇ ଖୁସି ହେବେ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!