ଦୈନିକ ରାଶିଫଳ: ୧୯ ଡିସେମ୍ବର ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କଠିନ ପରିଶ୍ରମ କରିବା ଦ୍ଵାରା ଯଶମାନ ସମ୍ମାନ ମିଳିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ଜନସେବାଦ୍ଵାରା ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନ ମାନଙ୍କ ଆଦର ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମିଥୁନ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଜମି ଜମା ସଙ୍କ୍ରାନ୍ତିୟ କାଗଜ ପତ୍ରରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧନର ସାମ୍ନା କରିବାକୁ ପଡିବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଶତୃଙ୍କ ଠାରୁ ସାହାଯ୍ୟ ପାଇବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ। ପ୍ରତିକାରଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ସହଜରେ ପୂର୍ଣ୍ଣ ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ରାଜନୈତିକକ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାରେ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭକରିବେ। ପ୍ରତିକାର:-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!