୨୦୨୨ମସିହା, ଡିସେମ୍ବର ମାସ ୧୯ତାରିଖ, ସୋମବାର, ଧନୁମାସ ୪ଦିନ, ପୌଷମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ଚିତ୍ରାନକ୍ଷତ୍ର ଦିବା ୧୦ଟା ୨୯ମିନିଟ୍ ପରେ ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ ରାତି ୩ଟା ୨୦ମିନିଟ୍ ପରେ ସୁକର୍ମା ଯୋଗ । ବବକରଣ ଦିବା ୩ଟା ୮ମିନିଟ୍ ପରେ ବାଳବ କରଣ । ମିଥୁନ ରାଶିର ଘାତବାର । ଶିମ୍ବ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୨ଟା ୩୨ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୦ମିନିଟ୍ ରୁ ୯ଟା ୧ମିନିଟ୍, ଦିବା ୨ଟା ୨୫ମିନିଟ୍ ରୁ ୩ଟା ୪୬ମିନିଟ୍, ରାତ୍ରି ୧୦ଟା ୪ମିନିଟ୍ ରୁ ୧୧ଟା ୪୩ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୦ମିନିଟ୍ ରୁ ୭ଟା ୩୯ମିନିଟ୍, ଦିବା ୯ଟା ୧୩ମିନିଟ୍ ରୁ ୧୧ଟା ୨୦ମିନିଟ୍, ରାତ୍ର ୭ଟା ୪୭ମିନିଟ୍ ରୁ ୧୦ଟା ୩ମିନିଟ୍, ରାତ୍ର ୨ଟା ୪୯ମିନିଟ୍ ରୁ ୩ଟା ୪୦ମିନିଟ୍ । ପର୍ବଦିନ- ସର୍ବସମ୍ମତ ସଫଳା ଏକାଦଶୀ ।
ମେଷ:-ସରକାରୀ କାମରେ ସଫଳତା ପାଇବେ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନ ପ୍ରତିଷ୍ଠାରେ ବୃଦ୍ଧି ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ ଆଦର୍ଶବାଦୀ ହେଲେବି କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ନୂତନ ଦ୍ରବ୍ୟ କ୍ରୟ କରିବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଉଚିତ୍ ପନ୍ଥା ଗ୍ରହଣ କରି କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ । ଆୟ ଊତ୍ତମ ସ୍ଥଳେ ଗୃହୋପକରଣ କ୍ରୟ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ତୁଳା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ପରିବାରରେ ମନୋମାଳିନ୍ୟ ବା ବିହିନ୍ନ ପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ବିଚ୍ଛା:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରନ୍ତି । ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମକର:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । ପୁରାତନ ରୋଗର ଉପସମ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବାପାଇଁ ଯୋଗାଯୋଗ କରିପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
କୁମ୍ଭ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପ୍ରଶଂସିତ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହୋଇପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବାସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କ ଠାରୁ ଯଥେଷ୍ଟ ସହାୟତା ପାଇ ମନ ଖୁସି ରହିବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ ଓ ଶୁଭ ସମାଚାର ମିଳିବ । ମିତ୍ରଙ୍କ ସାହାଯ୍ୟରେ ବ୍ୟବସାୟରେ ଉନ୍ନତିହେବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସମ୍ମାନ ଲାଭ କରିବେ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।