ଦୈନିକ ରାଶିଫଳ: 19 ଫେବୃୟାରୀ 2021, ମା ସନ୍ତୋଷୀଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୧୯ତାରିଖ, ଶୁକ୍ରବାର, କୁମ୍ଭମାସ ୮ ଦିନ, ମାଘମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ଦିବା ୧୦ଟା ୫୮ମିନିଟ୍ ଗତେ ଅଷ୍ଟମୀ ତିଥି, କୃତ୍ତିକାନକ୍ଷତ୍ର, ମେଷରାଶିରେ ଚନ୍ଦ୍ର, ସକାଳ ୯ଟା ୪୦ମିନିଟ୍ ଗତେ ବୃଷ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର, ସକାଳ ୯ଟା ୪୦ମିନିଟ୍ ଗତେ ବିଛା ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ, ଦିବା ୧୦ଟା ୫୮ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୭ମିନିଟ୍ ରୁ ୭ଟା ୧ମିନିଟ୍, ସକାଳ ୭ଟା ୪୯ମିନିଟ୍ ରୁ ୯ଟା ୭ମିନିଟ୍, ଦିବା ୧୨ଟା ୨୪ମିନିଟ୍ ରୁ ୨ଟା ୩୯ମିନିଟ୍, ଦିବା ୪ଟା ୧୩ମିନିଟ୍ ରୁ ୫ଟା ୪୩ମିନିଟ୍, ସନ୍ଧ୍ୟା ୭ଟା ୨୫ମିନିଟ୍ ରୁ ରାତ୍ର ୮ଟା ୫୧ମିନିଟ୍ । ପର୍ବଦିନ- ମାଘ ସପ୍ତମୀ, ଚନ୍ଦ୍ରଭାଗା ସ୍ନାନ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ । ସାମାଜିକ ପତିଆରା ଅମଳିନ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ବ୍ୟବସାୟରେ ପ୍ରସାର, ନୂତନ ବ୍ୟବସାୟ ଆରମ୍ଭ ଓ ବକେୟାଅର୍ଥ ଲାଭର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ । ନୂତନ କର୍ମ ପ୍ରାପ୍ତି ଓ ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ ।

ବୃଷ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ । ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମିଥୁନ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବନେଇ ପ୍ରଶଂସିତ ହେବେ । ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ଶତୃମାନେ ଦୂରେଇ ଯିବେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ସିଂହ:-

ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ନୂତନ ଦ୍ରବ୍ୟ କ୍ରୟ କରି କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ବିଦ୍ୟାରେ ଉନ୍ନତି ହେବ । ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ଚିନ୍ତା ଭାବନା ଦୂର ହୋଇଯିବ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ସ୍ଥଗିତଥିବା କର୍ମଟି ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ଚିନ୍ତା ଭାବନା ଦୂର ହୋଇଯିବ । ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ବିଦ୍ୟାରେ ଉନ୍ନତି ହେବ । ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ । କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ । ପରିଜନ ଓ କୁଟୁମ୍ବୀଜନ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ ।

ବିଚ୍ଛା:-

ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଭାଗୀଦାରୀ ବ୍ୟବସାୟ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ସାମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । ପ୍ରତିଦ୍ଵନ୍ଦିତା ପରୀକ୍ଷାରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ମନମୁତାବକ ଲାଭପାଇବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଚିନ୍ତା ଭାବନା ଦୂର ହୋଇଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । କେତେକ କ୍ଷେତ୍ରରେ ଉଚ୍ଚାକାଂଖ୍ୟାପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-

କର୍ମକ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ରାଜନୀତିରେ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇ ପ୍ରଶଂସିତ ହେବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମୟିକ ଶାରୀରିକ ପୀଡା ଭୋଗ କରି ପାରନ୍ତି । ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟି ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!