ଆଜି କେମିତି ରହିବ ଆପଣଙ୍କ ଦିନ : ୧୯ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୯ ଫେବୃୟାରୀ ୨୦୧୮

ମେଷ-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ ତେଣୁ ଧାରକରଜ କରିବାକୁ ବାଧ୍ୟ ହେବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରତିକାର:-ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ। ପାରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ। ପ୍ରତିକାର:- ରୁଟି ଗାଈକୁ ଖାଇବାକୁ ଦେବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଲାଭହେବ। ଆର୍ଥିକ ସାହାଯ୍ୟ ମିଳିବ। କର୍ମ କ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ।

କର୍କଟ:-

ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କସ୍ଥାପନ ହେବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର:-ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହେବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ପ୍ରତିକାର:-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

କନ୍ୟା:-

ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ମହିଳାମାନେ ନିକଟରେ ଥିବା ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପ୍ରତିକାର:-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

ଆହୁରି ପଢନ୍ତୁ: ଦିନଟି ଭଲରେ କଟିବାପାଇଁ କରନ୍ତୁ ଏହି ପାଞ୍ଚୋଟି କାମ।

ତୁଳା:-

ଫସଲ ଆମଦାନୀରେ ଖୁସୀ ହେବେ। କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ। ରାଜନୀତିରେ ସୁନାମ ଅର୍ଜନ କରିବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର:-ଭିକାରୀକୁ ନିରାଶ କରିବେ ନାହିଁ।

ବିଛା:-

ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସିଲ କରିପାରିବେ। ପରିବାରରେ ସୁଖ-ଶାନ୍ତି ଆସିବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର:- ୧୧ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ ।

ଧନୁ:-

ବ୍ୟବସାୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ଦେଇ ଚାଲିବା ଉଚିତ୍। ରାଜନୀତିରେ କୃତକାର୍ଯ୍ୟ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ମକର:-

ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର:-ସକାଳେ ଧର୍ମସ୍ଥାନକୁ ସଫାକରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ପ୍ରତିକାର:-ଫୁଲଗଛରେ ପାଣିଛିଞ୍ଚି ଫୁଲତୋଳି ଠାକୁରଙ୍କୁ ଚଢେଇବେ।

ମୀନ:-

ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!