ଦୈନିକ ରାଶିଫଳ: ୧୯ ଫେବୃୟାରୀ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଏହି ସବୁ ରାଶିର କର୍ମରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୯ ଫେବୃୟାରୀ ୨୦୧୯

ମେଷ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। କୁଟୁମ୍ବରେ ଲାଗି ରହିଥିବା ଝଗଡା ଆଜି ତାହାର ସମାଧାନ କରିପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ମିଥୁନ:-

ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଯଶସ୍ୱୀ ହେବେ। ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ। ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣା ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି  କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ନିଜ ଲୋକମାନେ ପରଭଳି ବ୍ୟବହାର କରିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ। ବିଦେଶଯାତ୍ରାରେ ଯଶଲାଭ, ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆକସ୍ମିକ ଧନପ୍ରାପ୍ତିହେବ ବା ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ଫଳରେ ପ୍ରଶଂସିତ ହେବେ। ଦୂରଯାତ୍ରାରେ ଲାଭପାଇବେ। ଗୃହ ନିର୍ମାଣ କରି ପାରିବେ। ଘରେ ବାହାରେ କେହି ଆପଣଙ୍କୁ ହଟାଇପାରିବେ ନାହିଁ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ଦୂରଯାତ୍ରାରେ ଲାଭପାଇବେ। ଗୃହ ନିର୍ମାଣ କରି ପାରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ବ୍ୟବସାୟୀମାନେ ଘର ଅପେକ୍ଷା  ବ୍ୟବସାୟକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ବାଦବିବାଦ, ମାଲି ମୋକଦ୍ଦମାରେ ମନ ଉଣାହେବ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

କର୍ମଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ। କିଛି କାରଣ ନଥାଇ ବଦନାମ୍ ହୋଇ ପାରନ୍ତି। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ।  ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ। ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ ଓ ଭୂମିଲାଭ ଯୋଗ ମଧ୍ୟ ଘଟିବ।  ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!