ଦୈନିକ ରାଶିଫଳ: ୧୯ ଫ୍ରେବୃୟାରୀ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବ୍ୟବସାୟରେ ପ୍ରଚୁର ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୧୯ତାରିଖ, ବୁଧବାର, କୁମ୍ଭ ମାସ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ଶିମ୍ବ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୧୮ ରୁ ୭ଟା ୪୮ମି, ଦିବା ୧୦ଟା ୩୫ ରୁ ୧୧ଟା ୩୬ମି, ଦିବା ୧ଟା ୫୫ ରୁ ୪ଟା ୫୬ମି, ସନ୍ଧ୍ୟା ୬ଟା ୩୪ ରୁ ରାତି ୧୦ଟା ୪୪ମି। ପର୍ବଦିନ ସର୍ବ ସମ୍ମତ ପଙ୍କୋଦ୍ଧାର ଏକାଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବେ। ବନ୍ଧୁଙ୍କ ଆଗମନ ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବୃଷ:-

କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ। ଆର୍ଥିକ ସ୍ଥିତି ଦୁର୍ବଳ ହେବ। ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରତିକାର କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:- 

ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ।  ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ।  ପ୍ରତିକାର ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ। ଘାତ

ସିଂହ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:- 

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ।  ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସରକାରୀ କାମରେ ସଫଳତା ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ସନ୍ତାନ ଯୋଗେ ଚିନ୍ତିତ ରହିବେ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

ବିଚ୍ଛା:-

ବ୍ୟବସାୟିକ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ବାଦବିବାଦ ମେଣ୍ଟି ଯିବା ଫଳରେ ଆତ୍ମ ସନ୍ତୋଷ ଆଣିଦେବ। କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ।  ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମକର:-

ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ।  ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ।ଜାଗା, ଜମି, ବାସଗୃହ ଓ ଯାନବାହାନ ଆଦି କ୍ରୟ ନକରିବା ଉଚିତ୍। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ। ଘାତ

ମୀନ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ।କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳି ପାରେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!