ଦୈନିକ ରାଶିଫଳ: 19 ଫେବୃୟାରୀ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୧୯ତାରିଖ, ରବିବାର, କୁମ୍ଭମାସ ୭ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି ଦିବା ୪ଟା ୧୮ମିନିଟ ପରେ ଅମାବାସ୍ୟା ତିଥି, ଶ୍ରବଣା ନକ୍ଷତ୍ର ଦିବା ୨ଟା ୪୩ମିନିଟ ପରେ ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବରୀୟାନ ଯୋଗ ଦିବା ୩ଟା ୧୯ମିନିଟ୍ ପରେ ପରିଘ ଯୋଗ। ଶକୁନି କରଣ ଦିବା ୪ଟା ୧୮ମିନିଟ୍ ପରେ ଚତୁଷ୍ପଦ କରଣ। ମେଷ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ନିଷିଦ୍ଧଖାଦ୍ୟ- ବିରି ନ ଖାଇଲେ ଭଲ ଦିବା ୪ଟା ୧୮ମିନିଟ୍ ପରେ ଆମିଷ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ଦିବା ୪ଟା ୧୮ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଏବଂ ଅମାବାସ୍ୟାର ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧୦ଟା ୩୪ମିନିଟ୍ ରୁ ୧ଟା ୨୬ମିନିଟ୍, ରାତ୍ରି ୧ଟା ୩୪ମିନିଟ୍ ରୁ ୩ଟା ୮ମିନିଟ୍। ଶୁଭସମୟ- ସକାଳ ୬ଟା ୧୭ମିନିଟ୍ ରୁ ୧୦ଟା ୬ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୧ଟା ୫୫ମିନିଟ୍, ସନ୍ଧ୍ୟା ୬ଟା ୩୪ମିନିଟ୍ ରୁ ୯ଟା ୪ମିନିଟ୍, ରାତ୍ର ୧୨ଟା ୨୫ମିନିଟ୍ ରୁ ରାତ୍ର ୧ଟା ୩୪ମିନିଟ୍, ରାତ୍ର ୩ଟା ୮ମିନିଟ୍ ରୁ ୩ଟା ୪୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବୁଝାମଣା ଠିକ୍ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ଅଧୁରା କାର୍ଯ୍ୟ ପୂରଣ ହେବ। ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି।ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। କିନ୍ତୁ ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ଶତ୍ରୁବୃଦ୍ଧି ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ ଓ ଅଭିଳଷିତ ଜିନିଷ ପାଇବେ। ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ନିକଟ ସମ୍ପର୍କୀୟ ମାନଙ୍କ ଶୁଭକାମନା ଓ ସାହାଯ୍ୟ କାରୀ ମନୋବୃତ୍ତି ମନକୁ ଖୁସି କରି ପାରେ। ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ସାମାଜିକ ପତିଆରା ଅମଳିନ ରହିବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଅନେକ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅଚାନକ ଧନ ପ୍ରାପ୍ତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ଗୃହରେ ଭାତୃବିବାଦ, ପଡ଼ୋଶୀ କଳହ, ଜମିପାଇଁ କିଛି ସମସ୍ୟା ଥିଲେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀ ମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ସ୍ୱାସ୍ଥ୍ୟସମସ୍ୟା ଯୋଗେ ମାନସିକ ଅସୁସ୍ଥି ବଢିଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସନ୍ତାନର ବିଦ୍ୟାରେ ଉନ୍ନତି ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଆୟବୃଦ୍ଧି, ଋଣମୁକ୍ତିର ବାଟ ଦେଖାଦେବ। ଶୁଭ କାମ କରି ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭ ହୋଇପାରେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!