ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଆଜିପାଇଁ ଭଲ। ଆଜି କେମିତି ରହିବ ଆପଣଙ୍କ ଦିନ : ୧୯ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୯ ଜାନୁୟାରୀ ୨୦୧୮

ମେଷ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର- ୧୧ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ରକ୍ତଚାପ, ମଧୁମେହ,ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବା ଫଳରେ ଉଦଭ୍ରାନ୍ତ ହେବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

କର୍କଟ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ସିଂହ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ମହିଳାମାନେ ଭଲ କାମ କରି ସୁଖରେ ଦିନ ବିତାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ତୁଳା:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର  ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଧନୁ:-

ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ପ୍ରତିକାର- ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:-

ସତର୍କରେ ନ ଚାଲିଲେ ଅପବାଦ ବଦନାମ ହେବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। କୌଣସି ଭୁଲ୍ କାମ କରି ନିଜେ ଅନୁତାପ କରିବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ:-

କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!