ଦୈନିକ ରାଶିଫଳ: ୧୯ ଜାନୁୟାରୀ ୨୦୧୯, ଶନିଦେବଙ୍କ କୃପାରୁ ଏହି ସବୁ ରାଶିକୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୯ ଜାନୁୟାରୀ ୨୦୧୯

ମେଷ:

ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭବାନ୍ ହେବେ। ଦୂରଯାତ୍ରାରେ ସଫଳତା ମିଳିବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମ ପ୍ରତି ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:

ପନିପରିବା ବ୍ୟବସାୟୀ, ଫଳ ବ୍ୟବସାୟୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ତେଲବ୍ୟବସାୟୀ, ହୋଟେଲ, କଳାକାର, ଶିଳ୍ପକାରୀ, ପନିପରିବା ଚାଷୀମାନେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ହଜିଯାଇଥିବା ଦ୍ରବ୍ୟ କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ। ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:

ରାଜନୀତି କ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମହିଳାମାନଙ୍କର କାର୍ଯ୍ୟଭାର ବୃଦ୍ଧି ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ ଓ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:

କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତକର୍ମ ବହୁତ ସହଜରେ ହିଁ ସମ୍ପନ୍ନହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-

ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର:- ଗାଈକୁ ପନିପରିବା ଖାଇବାକୁ ଦେବେ।

ବିଚ୍ଛା:-

ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ। ରାଜନୀତିରେ ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ ଓ ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। କୋର୍ଟ କଚେରି ମାମଲାର ଶୁଣାଣି ଥିଲେ ବ୍ୟସ୍ତତା ବଢ଼ିଯିବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:

ନିର୍ମାଣ ଓ ପରିବହନ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ମହିଳାମାନେ ପରିବାର କାର୍ଯ୍ୟରେ ରତହେବେ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ରାଜନୀତିକ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:

ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:

ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ। ମିତ୍ରମାନଙ୍କ ଦ୍ୱାରା ହୋଇଥିବା କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ। ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇ ଅଯଥାରେ ସମୟ ନଷ୍ଟ କରିବେ। ମହିଳାମାନଙ୍କର ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ।  ବ୍ୟବସାୟ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ କଠିନ ପରିଶ୍ରମ କରି ମାନସିକ ଶାନ୍ତି ପାଇବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପ୍ରଶଂସିତ ହେବେ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:–

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷାକଲେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ମହିଳାମାନେ ରାଜନୀତିରେ ପ୍ରଶଂସିତ ହେବେ ଓ ବ୍ୟବସାୟରେ ପ୍ରଚୁର ଲାଭପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!