ଦୈନିକ ରାଶିଫଳ: ୧୯ ଜାନୁୟାରୀ ୨୦୨୦, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ଓ ଲୁଗାପଟା ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପାରିବାରିକ ଜୀବନ ସୁଖରେ କଟିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନମଧ୍ୟରେ ଉଙ୍କି ମାରିପାରେ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସି ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଆୟ ମଧ୍ୟ ଉତ୍ତମ ହେବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ଘରୋଇ କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ପାରିବାରିକ ପତିଆରା ଭଲ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଧନଧାନ୍ୟ, ଗୋ ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଗୃହୋପକରଣ କ୍ରୟ କରିବେ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି।  ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!