ଦୈନିକ ରାଶିଫଳ: ୧୯ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୯ ଜୁଲାଇ ୨୦୧୮

ମେଷ:-

ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରତିକାରଅସହାୟକୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାରଗାଈକୁ କିଛି ଖାଦ୍ୟ ଖୁଆନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହେବ। ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ। କର୍ମ କ୍ଷେତ୍ରରେ ବ୍ୟସ୍ତତା ଅନୁଭବ କରିବେ। ପ୍ରତ୍ୟେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ।

କର୍କଟ:

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଶୁଭ କାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ବ୍ୟବସାୟରେ ସାମାନ୍ୟ ଲାଭ ଓ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବନ୍ଧୁଙ୍କର ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପ୍ରତିକାରଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

କନ୍ୟା:-

ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ତୁଳା:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଅଶାନ୍ତି ଲାଗିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଛା:-

ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମକର:-

ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ସାମାଜିକ ଉତ୍ସବରେ ଯୋଗ ଦେବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ଧନଲାଭ ହେବାରୁ ଖୁସି ହେବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ଶରୀର ଅସୁସ୍ଥ ରହିବ। ଛାତ୍ର ଓ ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହେବେ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!