ଦୈନିକ ରାଶିଫଳ: ୧୯ ଜୁଲାଇ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପଦୋନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ।  ନୂତନ ଗୃହସୁଖ ମିଳିବ। ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ବିଜୟୀ ହେବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ପରିଶ୍ରମ ଦ୍ୱାରା କାର୍ଯ୍ୟରେ ସ୍ଥିରତା ବଢ଼ିବ ଓ ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବ। ମହିଳାମାନେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାର ସମାଧାନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ଗୃହର ସମସ୍ୟା ଦୂର ହୋଇଯିବ। ଅଟକିଥିବା ଧନଲାଭ ହେବ। ଦିନଚର୍ଯ୍ୟା ସୁଖଦାୟକ ହେବ। ବ୍ୟବସାୟରେ ସଫଳତା ମିଳିବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ। ସତର୍କ ନ ରହିଲେ ଶତୃମାନେ କ୍ଷତି କରିବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ସିଂହ:-

ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ଲାଭ ପାଇବେ। ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସାମାଜିକ ଉତ୍ସବରେ ଭାଗ ନେବେ । ପ୍ରତିକାର:- ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି। ଭ୍ରାତୃ ବିବାଦ ଦୂର ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ଲାଭବାନ ହେବେ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ। ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

ମକର:-

ଗୃହସମସ୍ୟା ସମାଧାନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ମହିଳାମାନେ ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିରୋଧିମାନେ ଦୂରେଇଯିବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ମନୋରଂଜନ କାର୍ଯ୍ୟରେ ସମୟ କଟିବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ମହିଳାମାନେ ସକ୍ରିୟ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ର ସୁଦୃଢ଼ ହେବ। ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ। ମହିଳାମାନଙ୍କର ଆଶା ପୂରଣ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି ହେବ। ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!