ଦୈନିକ ରାଶିଫଳ: ୧୯ ଜୁଲାଇ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ ସମସ୍ତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୧୯ ତାରିଖ, ରବିବାର, କର୍କଟ ମାସ ୪ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ବିରି, ତୈଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୨ମିନିଟ୍ ରୁ ୬ଟା ୧୨ମିନିଟ୍, ସକାଳ ୬ଟା ୧୪ମିନିଟ୍ ରୁ ୯ଟା ୪୧ମିନିଟ୍, ଦିବା ୧ଟା ୩୧ମିନିଟ୍ ରୁ ୨ଟା ୨ମିନିଟ୍, ସନ୍ଧ୍ୟା ୭ଟା ୯ମିନିଟ୍ ରୁ ୯ଟା ୧୮ମିନିଟ୍। ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ।   ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ। ସନ୍ତାନ ଯୋଗେ ଚିନ୍ତିତ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବୃଷ:-

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ନୂତନ ବନ୍ଧୁ ଭେଟ ହେବେ। ଧର୍ମ କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ ଓ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ସାମାଜିକ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବରିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଶତୃମାନେ ଦୂରେଇ ଯିବେ। ସାଂସାରିକ ଜୀବନରେ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ମହତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମରେ ସୁଖ ପ୍ରାପ୍ତି ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ। ନୈତିକତା ଦୃଷ୍ଟିରୁ ପ୍ରଶଂସିତ ହେବେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧି ମତାରେ ପରିପୂର୍ଣ୍ଣ ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶତୃଙ୍କ ଠାରୁ ସାହାଯ୍ୟ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କ ସହ ଭୁଲ୍ ବୁଝାମଣାର ନିରାକରଣ ହେବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। କୌଣସି କ୍ଷେତ୍ରକୁ ଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍।  ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ଧନୁ:-

ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ଜନସେବାଦ୍ଵାରା ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନ ମାନଙ୍କ ଆଦର ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଭାଇ ବନ୍ଧୁମାନଙ୍କ ଠାରୁ ଲାଭ ମିଳିବ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କୁମ୍ଭ:-

ବନ୍ଧୁ, ମିତ୍ରଙ୍କ ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପଢିବା, ପଢେଇବା ଓ ଅନୁସନ୍ଧାନ ମାମଲାରେ ଆଗକୁ ଗତି କରିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ଶିକ୍ଷା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ଜମି ଜମା ସଙ୍କ୍ରାନ୍ତିୟ କାଗଜ ପତ୍ରରେ ସଫଳତା ମିଳିବ। ବନ୍ଧୁ, ମିତ୍ରମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜ ନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!