ଦୈନିକ ରାଶିଫଳ: 19 ଜୁଲାଇ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧୯ ତାରିଖ, ସୋମବାର, କର୍କଟ ମାସ ୪ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ଦଶମୀ ତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର, ଦିବା ୪ଟା ୫୩ମିନିଟ୍ ଗତେ ବିଛା ରାଶିରେ ଚନ୍ଦ୍ର । ଶୁଭ ଯୋଗ, ତୈତିଳ କରଣ ଦିବା ୧୧ଟା ୧୬ମିନିଟ୍ ଗତେ ଗର କରଣ । ମିଥୁନ ରାଶିର ଘାତବାର । କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୧୦ଟା ପରେ ଅଗ୍ନିକୋଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ସକାଳ ୬ଟା ୫୯ମିନିଟ୍ ରୁ ୮ଟା ୩୭ମିନିଟ୍ । ଦିବା ୩ଟା ୮ମିନିଟ୍ ରୁ ଦିବା ୪ଟା ୪୬ମିନିଟ୍ । ରାତ୍ରି ୧୦ଟା ୩୦ମିନିଟ୍ ରୁ ରାତି ୧୧ଟା ୫୩ମିନିଟ୍ । ଶୁଦ୍ଧଶୁଭସମୟ- ପ୍ରାତଃ ୫ଟା ୨୨ମିନିଟ୍ ରୁ ୬ଟା ୫୮ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୧୦ମିନିଟ୍, ଦିବା ୪ଟା ୪୭ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୭ଟା ୯ମିନିଟ୍ ରୁ ରାତ୍ର ୯ଟା ୧୯ମିନିଟ୍, ରାତ୍ର ୧୧ଟା ୫୪ମିନିଟ୍ ରୁ ୨ଟା ୨୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ସହ ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନଙ୍କର କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ବ୍ୟବସାୟୀମାନେ ଉତ୍ତମ ରୋଜଗାର କରିପାରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିବେ ନାହିଁ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟରହିବେ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ଶୁଭ ଖବର ପାଇ ଖୁସିହେବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସିହେବେ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବ । ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ସମାଜସେବା କାର୍ଯ୍ୟରେ ସହଯୋଗ କରି ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ- ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ଅପଦସ୍ତ ହୋଇ ପାରନ୍ତି । ଛାତ୍ରଛାତ୍ରୀମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବିଗିଡି ଯାଇ ଥିବା କାର୍ଯ୍ୟ ସୁଧୁରିଯିବ । ବ୍ୟବସାୟୀମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-ସଭାସମିତି, ସାହିତ୍ୟ, ସଂସ୍କୃତି ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣକରି ଆନନ୍ଦିତ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପାରିବାରିକ ଜୀବନ ସୁଖରେ କାଟିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ଧର୍ମ କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇ ପାରନ୍ତି । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କରି ଅନେକ ଆଶୀର୍ବାଦ ପାଇବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଯଶମାନ ପ୍ରତିଷ୍ଠା ମିଳିବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବ୍ୟବସାୟ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ । ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଶାରିରୀକ ଅସୁସ୍ଥତା ଦୂରହେବ । ଯାତ୍ରାରେ ସଫଳ ହେବେ । କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଉତ୍ସାହିତ ହେବେ । ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ । ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:- ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ । ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦରେ ସଫଳତା ମିଳିବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ, ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପ୍ରେମିକ ପ୍ରେମିକା ମାନେ ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରିବେ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!