ସାପ୍ତାହିକ ରାଶିଫଳ: ଜୁଲାଇ 19 ତାରିଖ ରୁ ଜୁଲାଇ 25 ତାରିଖ, ଏହି ସପ୍ତାହଟି ଏହି 2 ରାଶି ବ୍ୟକ୍ତିଙ୍କୁ ମିଳିବ ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ତା ୨୦/୨୧ ଓ୨୫ରିଖରେ ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର କରିପାରିବେ । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ସାମାଜିକ ସ୍ଥିତି, ପ୍ରସିଦ୍ଧି ବୃଦ୍ଧି ପାଇବ । ପ୍ରତିକାର:- ଗୁରୁ ଶୁକ୍ର ଓ ଶନିବାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ତା୧୯ । ୨୪ ଓ ୨୫ତାରିଖରେ ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କଲ୍ୟାଣ କାର୍ଯ୍ୟ କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ । ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ ଓ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ମନର ଅଶାନ୍ତି ଅସନ୍ତୋଷ ଦୂରହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ । ଆୟ ଉପାର୍ଜନରେ ବାଧାନାହିଁ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ପୁରାତନ ରୋଗର ଉପଶମ ହୋଇ ଯିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ଓ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଫଳରେ ଉପରିସ୍ଥଙ୍କ କୃପାଭାଜନ ହେବେ । କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଅଚାନକ ଧନପ୍ରାପ୍ତି, ଚାକିରୀ କ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ ଓ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର:- ଗୁରୁ ଓ ଶୁକ୍ରବାରରେ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ଟିକେ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷମାନେ କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । କର୍ମ ସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ । ପୁରାତନ ରୋଗରୁ ମୁକ୍ତି ମିଳିବା ଫଳରେ ଶରୀର ସୁସ୍ଥ ରହିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ । ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବା ସହ ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରଶାସନ, ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଭଲ ଲାଭ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବିନାପରିଶ୍ରମରେ ଧନପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ପ୍ରତିକାର:- ମଙ୍ଗଳ ଓ ବୁଧବାରରେ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ନୂତନ ଧାରା ଖୋଲିବେ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଆର୍ଥିକ ଦିଗରୁ ସୁବିଧା ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ । ପରିବାର ଜନଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଓ ସାମାଜିକସ୍ଥିତି, ମାନସମ୍ମାନ, ପ୍ରତିଷ୍ଠା, ପ୍ରସିଦ୍ଧି ବୃଦ୍ଧି ପାଇବ । ପ୍ରତିକାର- ଗୁରୁ ଓ ଶୁକ୍ରବାରରେ ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତି ଭାବେ ମାନ୍ୟତା ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆଇନ ଅଦାଲତ ଓ ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହୋଇ ମୁଣ୍ଡ ଉଚ୍ଚା ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତ ବାତାବରଣ ସୃଷ୍ଟି ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!