ଦୈନିକ ରାଶିଫଳ: ୧୯ ଜୁନ୍ ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୧୯ ତାରିଖ, ଶୁକ୍ରବାର, ମିଥୁନ ମାସ ୫ ଦିନ, ଆଷାଢମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ଦିବା ୧୧ଟା ୨ମିନିଟ୍ ଗତେ ଚତୁର୍ଦ୍ଦଶୀ ତିଥି, କୃତ୍ତିକା ନକ୍ଷତ୍ର, ଦିବା ୧୦ଟା ୩୧ମିନିଟ୍ ଗତେ ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ। ଦିବା ୧୧ଟା ୨ମିନିଟ୍ ଗତେ ବିରି ଜାତ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ସକାଳ ୬ଟା ୫ମିନିଟ୍ ରୁ ୬ଟା ୫୬ମିନିଟ୍, ଦିବା ୧୨ଟା ୧୫ମିନିଟ୍ ରୁ ୨ଟା ୫୧ମିନିଟ୍, ସନ୍ଧ୍ୟା ୬ଟା ୨୫ମିନିଟ୍ ରୁ ୮ଟା ୩୨ମିନିଟ୍। ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। କର୍ମକ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବା ଫଳରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ମାନସିକ ଶାନ୍ତି ଅନୁଭବ କରିବେ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପିଲାଙ୍କ କଥାଚିନ୍ତାକରି ଖୁସି ହେବେ। ପ୍ରେମୀକାପ୍ରେମିକଙ୍କ ମଧୁର ମିଲନ ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସାଧାରଣ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯାଇ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ପିଲାମାନଙ୍କ କାର୍ଯ୍ୟ କଳାପ କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ  ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ଜାଗା, ଜମି, ଯାନବାହାନ, ନୂତନ ସମ୍ପତ୍ତି କ୍ରୟ ବିକ୍ରୟ କରି ପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ରାଜନୈତିକ କ୍ଷେତ୍ରରେ ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସମ୍ମାନ ହାନୀର ସୂଚନା ମିଳିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁରତା ଆସିବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ସତର୍କ ନରହିଲେ ସାମୟିକ ଶାରୀରିକ ପୀଡା ଭୋଗ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାହିତ୍ୟ, କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ପ୍ରଶଂସିତ ହେବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଆୟ ବୃଦ୍ଧି ହେବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ ହେବ।  ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା ନ କରିଲେ ବହୁତ କ୍ଷତିରେ ପଡିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!