ଦୈନିକ ରାଶିଫଳ: ୧୯ ଜୁନ୍ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧିତ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ନୂତନବନ୍ଧୁଙ୍କ ଆଗମନ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। କାରବାରରେ ଲାଭ ହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ନୂତନ କାମ ଆରମ୍ଭ କରିପାରିବେ। ନିବେଶ ଆଦିରେ ଲାଭ ହେବ।  ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ଅନେକ ଦିଗରୁ ଖୁସି ମିଳିବ। ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।  

ତୁଳା:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ମାନସିକ ଚିନ୍ତା ଦୂରହେବ ଓ ସମସ୍ତ ଚେଷ୍ଟା ସଫଳ ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମହିଳାମାନେ ଶାନ୍ତିପାଇବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣସ୍ଥାୟି ରହିବ। ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ଦୂରଯାତ୍ରାରେ ଲାଭପାଇବେ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନଖୁସି ରହିବ। ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି। ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ପ୍ରତିକାର- ଧଳାଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ସାମ୍ବାଦିକତାରୁ ଲାଭ ଏବଂ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। କୁଟୁମ୍ବରେ ବାଦବିବାଦ ମେଣ୍ଟିଯିବ। ମହିଳାମାନଙ୍କର ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଲୋକପ୍ରିୟତା ବୃଦ୍ଧି ହେବ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!