ଦୈନିକ ରାଶିଫଳ: 19 ଜୁନ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କର ଦିନ ଖୁସିରେ କଟିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୧୯ ତାରିଖ, ଶନିବାର, ମିଥୁନମାସ ୫ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ନବମୀତିଥି, ହସ୍ତାନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୪୫ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୧୦ମିନିଟ୍ ରୁ ୧୨ଟା ୧୩ମିନିଟ୍, ଦିବା ୩ଟା ୭ମିନିଟ୍ ରୁ ୩ଟା ୪୪ମିନିଟ୍, ରାତ୍ର ୭ଟା ୪୬ମିନିଟ୍ ରୁ ୭ଟା ୪୯ମିନିଟ୍, ରାତ୍ର ୧୧ଟା ୨୭ମିନିଟ୍ ରୁ ୧ଟା ୩୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଧାର୍ମିକ, ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭାକାଙ୍ଖିମାନେ ସହଯୋଗ କରି ପାରନ୍ତି । ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶିକ୍ଷାକ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ରାଜନୈତିକ କ୍ଷେତ୍ରରେ ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଅତ୍ୟଧିକ ନ୍ଧାଦୌଡ ଓ ପରିଶ୍ରମ ଦ୍ଵାରା ସ୍ଵାସ୍ଥ୍ୟରେ ଅବନ୍ନତି ଦେଖା ଦେଇ ପାରେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ । ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ । ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶତ୍ରୁମାନେ ମଥାନତ କରିବେ । ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭବାନ ହେବେ । ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସାମାଜିକ କ୍ଷେତ୍ରରେ ମାନସମ୍ମାନ, ଯଶ ପ୍ରତିଷ୍ଠା ବଢିବ । ବ୍ୟବସାୟରେ ଉନ୍ନତି ହେବ । ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରିବାରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ଚିତ୍ତପ୍ରସନ୍ନ ରହିବ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ବହୁତ ଭଲ ପାଉଥିବା ଲୋକ ଓ ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ । ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ । ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବା ଫଳରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-

ସାମାଜିକ କାର୍ଯ୍ୟରେ ଯୋଗ ଦେଇ ଶୁଭ ସମ୍ବାଦ ପାଇବେ । ଧନଲାଭ ହେବାରୁ ଖୁସି ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଶତୃମାନେ ପରାଜିତ ହେବା ସହ ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ବ୍ୟବସାୟୀକ ସ୍ଥିତି ସାମାନ୍ୟ ବଦଳିବା ସହ ମାନସିକ ଚିନ୍ତା ଦୂର ହେବ । ନୂତନ କାର୍ଯ୍ୟରେ ଉନ୍ନତି ହୋଇ ଋଣମୁକ୍ତି ପାଇଁ ରାସ୍ତା ଦେଖାଦେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-

ଶତୃମାନେ ଦୂର ହେବେ ଓ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ବିଦ୍ୟା କ୍ଷେତ୍ରରେ ଯଶ, ମାନ ସମ୍ମାନ ପ୍ରତିଷ୍ଠା ମିଳିବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ଦ୍ଵାରା ମାନସିକ ଶାନ୍ତି ମିଳିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ଶୁଭଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ । ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ନିଜ ଲୋକମାନେ ହିଁ କାମରେ ଆସିବେ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ରୋଜି ରୋଜଗାର କାମକୁ ଆପଣେଇ ନେଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହୋଇ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ମିଳିବ । ଆପଣଙ୍କ ଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ଯାହା ଚିନ୍ତା କରିଛନ୍ତି ତାହା ପୂରଣ ହେବ । ମାନସିକ ଚିନ୍ତା ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!