ଦୈନିକ ରାଶିଫଳ: 19 ଜୁନ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୧୯ତାରିଖ, ରବିବାର, ମିଥୁନମାସ ୫ଦିନ, ଆଷାଢମାସ କୃଷ୍ଣପକ୍ଷ, ଷଷ୍ଠୀତିଥି, ଧନିଷ୍ଠା ନକ୍ଷତ୍ର ପ୍ରାତଃ ୫ଟା ୫୬ମିନିଟ୍ ପରେ ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ଦିବା ୧୦ଟା ୫୧ମିନିଟ୍ ପରେ ପ୍ରୀତି ଯୋଗ । ଗର କରଣ ଦିବା ୧୧ଟା ୧୪ମିନିଟ୍ ପରେ ବାଣିଜ୍ୟ କରଣ । ମେଷ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୧୦ଟା ୧୮ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୯ମିନିଟ୍ ରୁ ୧ଟା ୨୭ମିନିଟ୍, ରାତ୍ରି ୧ଟା ୯ମିନିଟ୍ ରୁ ୨ଟା ୩୦ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୫୮ମିନିଟ୍ ରୁ ୯ଟା ୩୫ମିନିଟ୍, ଦିବା ୧ଟା ୨୮ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୪ଟା ୩୯ମିନିଟ୍ ରୁ ୪ଟା ୪୩ମିନିଟ୍, ସନ୍ଧ୍ୟା ୬ଟା ୨୪ମିନିଟ୍ ରୁ ୭ଟା ୪୯ମିନିଟ୍, ରାତ୍ର ୧୦ଟା ୪୪ମିନିଟ୍ ରୁ ରାତ୍ର ୧୨ଟା ୫୧ମିନିଟ୍ ।

ମେଷ:-ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାମ୍ବାଦିକମାନେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ । ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ । ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ସୁଖସମ୍ପତ୍ତି ଲାଭ ହେବ । ରାଜନୀତି କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । କିଛି ନୂତନ କର୍ମ ଆରମ୍ଭ ନକରିବା ଉଚିତ୍ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବୃଦ୍ଧିହେବ । ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପରିଚାଳନା ଦାୟିତ୍ୱ ବଢିବ । ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରି ଆନନ୍ଦିତ ହେବେ । କର୍ମ ସଂଧାନୀ ମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅବିବାହିତ ଯୁବକ-ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ମାନସିକ ଅଶାନ୍ତି ଦୂର ହୋଇ ଆର୍ଥୀକ ବୃଦ୍ଧି ହେବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ପୁରାତନ ରୋଗର ଉପଶମ ଫଳରେ ମନଖୁସି ରହିବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପରିବାରରେ ଅଶାନ୍ତି ଦୂରେଇ ଯାଇ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ବକେୟା ଅର୍ଥ କିଛି ମିଳିବ ଓ ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବ୍ୟବସାୟରେ ଉନ୍ନତି, ଆୟ ଉପାର୍ଜ୍ଜନର ବୃଦ୍ଧିହେବ । କିନ୍ତୁ ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ପ୍ରାପ୍ତି ହେବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସମ୍ପର୍କୀୟଙ୍କଠାରୁ ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଆଚାର ବ୍ୟବହାରରେ ଶାନ୍ତ ହୋଇ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ନିଜ ପରିଶ୍ରମରେ ସଫଳତା ପାଇବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ରାଜନୀତି କ୍ଷେତ୍ରରେ ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ପ୍ରଶଂସା ପାଇବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ଓ ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!