ଦୈନିକ ରାଶିଫଳ: ୧୯ ମାର୍ଚ୍ଚ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୧୯ତାରିଖ, ଗୁରୁବାର, ମୀନ ମାସ ୬ ଦିନ, ଚୈତ୍ର ମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ଶିମ୍ବ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୫୬ମିନିଟ୍ ରୁ ୭ଟା ୩୦ମିନିଟ୍, ଦିବା ୧୦ଟା ୪୩ମିନିଟ୍ ରୁ ୧ଟା ୫ମିନିଟ୍। ପର୍ବଦିନ ସ୍ମାର୍ତ୍ତ ସମ୍ମତ ପାପମୋଚିନୀ ଏକାଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକକ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହେବେ। ଛାତ୍ରଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବା ସହ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ଦୂରଯାତ୍ରା କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ବ୍ୟବସାୟରେ ଶତୃମାନେ ପରାଜିତ ହେବେ ଓ ଉନ୍ନତି ହୋଇ ଋଣଭାର କମିଯିବ। ରାଜନୀତି କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ ରହିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଅଏସ୍ ଆରାମ ସୁଖସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ପ୍ରତିକାରଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ଦୂରଯାତ୍ରାର ସୁଯୋଗ ପାଇବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ ସଂସ୍ଥାର ଆୟୋଜନ କରି ପାରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!