ଦୈନିକ ରାଶିଫଳ: 19 ମାର୍ଚ୍ଚ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚ ମାସ ୧୯ତାରିଖ, ଶୁକ୍ରବାର, ମୀନ ମାସ ୬ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଷଷ୍ଠୀ ତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ପିତା ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୫୬ମିନିଟ୍ ରୁ ୬ଟା ୪୨ମିନିଟ୍, ସକାଳ ୭ଟା ୩୨ମିନିଟ୍ ରୁ ୮ଟା ୫୩ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୧୯ମିନିଟ୍ ରୁ ୫ଟା ୫୨ମିନିଟ୍, ସନ୍ଧ୍ୟା ୭ଟା ୩୦ମିନିଟ୍ ରୁ ରାତ୍ର ୮ଟା ୫୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଆଜି ସମାଧାନ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ପରି ବାରରରେ ମନୋମାଳିନ୍ୟକୁ ଏଡ଼େଇ ଶାନ୍ତି ମିଳିବ । ଛାତ୍ରଛାତ୍ରୀମାନେ ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-

ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇ ପ୍ରଶଂସିତ ହେବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ପାରିବାରିକ କ୍ଷେତ୍ରରେ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ରାଜନୈତିକ ଜୀବନ ଝଡଝଞ୍ଜାମୟ ହେବାର ସମ୍ଭାବନା ରହିଛି । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ବ୍ୟବସାୟ କ୍ଷେତ୍ରରୁ ଆଶାତୀତ ଲାଭ ପାଇବେ । ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ସଫଳତା ସହ ପଦୋନ୍ନତି ହେବାର ସୂଚନା ପାଇବେ । ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ତୁଳା:-

ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କୁଟୁମ୍ବରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବ । ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ ଲୋକସମର୍ଥନ ପ୍ରଚୁର ମିଳିବ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ରାଜନୀତିରେ ଗସ୍ତ କାର୍ଯ୍ୟକ୍ରମ ଥିଲେ ସତର୍କ ରହିବା ଉଚିତ୍ । ଶତୃବୃଦ୍ଧି, ଦାମ୍ପତ୍ୟ କଳହ, ଭାତୃ ବିବାଦ ଦେଖା ଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି । ପ୍ରେମିକପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ । କିନ୍ତୁ ଦୁଃଶ୍ଚିନ୍ତା ମଧ୍ୟରେ ଗତି କରିବେ । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦୂର ସ୍ଥାନକୁ ଯାତ୍ରା ନକରିବା ଉଚିତ୍ । ଶତୃଙ୍କ ସହିତ ମୁକାବିଲା କରିପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ବ୍ୟବସାୟ କ୍ଷେତ୍ରରେ କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ପ୍ରେମିକ ପ୍ରେମିକାମାନେ ଭ୍ରମଣ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ ପାରେ । ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିପାରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଯୋଗୀତା ପରୀକ୍ଷା, ସାକ୍ଷାତ କାରରେ ବିଜୟୀ ହେବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକଙ୍କ ସହ ସମନ୍ଵୟ ରହିବା ଫଳରେ ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମୀନ:-

ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷରେ ଜର୍ଜରିତ ହେବେ । ପ୍ରତିକାର-ଜଗନ୍ନାଥଙ୍କ ପାଖରେ ଭୋଗ ଲଗେଇ ବାଣ୍ଟି ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!