ଦୈନିକ ରାଶିଫଳ: 19 ମାର୍ଚ୍ଚ 2022, ଶନିଦେବଙ୍କ କୃପାରୁ ଏହି 5ଟି ରାଶିଙ୍କ ଜୀବନରେ ଘଟିବ ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୧୯ ତାରିଖ, ଶନିବାର, ମୀନ ମାସ ୫ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ପ୍ରତିପଦା ତିଥି, ଦିବା ୧୧ ଟା ୩୮ ମିନିଟ୍ ପରେ ଦ୍ଵିତୀୟା ତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ । କୌଳବ କରଣ ଦିବା ୧୧ଟା ୩୮ମିନିଟ୍ ପରେ ତୈତିଳ କରଣ । ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ଦିବା ୧୧ ଟା୩୮ ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୧୧ଟା ୩୮ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଧିଷ୍ଟ ଓ ଦ୍ଵିତୀୟାର ଏକୋଦ୍ଧିଷ୍ଟ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୫୫ମିନିଟ୍ ରୁ ୭ଟା ୨୬ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୨ଟା ୫୫ମିନିଟ୍, ୪ଟା ୨୩ମିନିଟ୍ ରୁ ଦିବା ୫ଟା ୫୪ ମିନିଟ୍, ୫ଟା ୫୪ମିନିଟ୍ ରୁ ୭ଟା ୨୪ମିନିଟ୍ ରାତି୪ଟା୨୪ ମିନିଟ୍ ରୁ ୫ଟା ୫୫ ମିନିଟ୍ । ଶୁଭସମୟ- ଦିବା ୧୦ଟା ୨୫ମିନିଟ୍ ରୁ ୧ଟା ୦୬ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ର ୧୨ଟା ୧୯ମିନିଟ୍ ରୁ ୧ଟା ୫୪ମିନିଟ୍, ରାତ୍ର ୨ଟା ୪୩ମିନିଟ୍ ରୁ ରାତ୍ର ୪ଟା ୧୮ମିନିଟ୍ ।

ମେଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । କାମ କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ । ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବୃଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ବ୍ୟବସାୟୀମାନେ ଉତ୍ତମ ଆୟର ପଥ ପରିଷ୍କାର କରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଶ୍ରମିକ ଓ କର୍ମଚାରୀମାନେ ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ସଂବାଦ ମିଳିପାରେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କର୍ମକ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିବାକୁ ପଡି ପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସାହିତ୍ୟ, କଳା କ୍ଷେତ୍ରରେ ଆଗ୍ରହ ବଢିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବା ସହ ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । କର୍ମକ୍ଷେତ୍ରରେ ସୁଧାର ଆସିବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବା ଫଳରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ଶତୃ ମାନେ ପରାଜିତ ହୋଇ ସମସ୍ତ ଚିନ୍ତା ଦୂର ହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟ ଦିଗରୁ ଉତ୍ତମ ଫଳ ପ୍ରାପ୍ତି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଧନୁ:-ସାମାଜିକ ପତିଆରା ଅମଳିନ ରହିବ । ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବାଦବିବାଦ, କ୍ରିଡା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

କୁମ୍ଭ:-ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପରିବାରର ସମ୍ପର୍କୀୟଙ୍କ କୌଣସି ଶୁଭ ସୂଚନା ପାଇ ଖୁସି ହୋଇ ଯିବେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟ ସମସ୍ୟା ଭଲ ରହିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସରକାରୀ ସାହାଯ୍ୟ ମିଳିପାରେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!