ଦୈନିକ ରାଶିଫଳ: ୧୯ ମଇ ୨୦୧୯, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହିସବୁ ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ରରେ ସମ୍ମାନ ମିଳିବା ସହ ପଦୋନ୍ନତିର ମଧ୍ୟ ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ। କର୍ମକ୍ଷେତ୍ରରେ  ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ଅଚାନକ ଭାବରେ ଦୂରଯାତ୍ରା କରିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମିଥୁନ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ସିଂହ:-

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ସରକାରୀ କାମରେ ସଫଳତା ପାଇବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କନ୍ୟା:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମହିଳାମାନେ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!