ଦୈନିକ ରାଶିଫଳ: ୧୯ ମଇ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୧୯ତାରିଖ, ମଙ୍ଗଳବାର, ବୃଷମାସ ୬ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ରେବତୀନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ପୋଇ ଓ ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୫ମିନିଟ୍ ରୁ ୬ଟା ୫୦ମିନିଟ୍, ସକାଳ ୯ଟା ୩୪ମିନିଟ୍ ରୁ ୧୨ଟା ୯ମିନିଟ୍, ଦିବା ୪ଟା ୩୬ମିନିଟ୍ ରୁ ୫ଟା ୨୦ମିନିଟ୍, ସନ୍ଧ୍ୟା ୬ଟା ୧୫ମିନିଟ୍ ରୁ ୬ଟା ୫୭ମିନିଟ୍, ରାତ୍ର ୯ଟା ୧ମିନିଟ୍ ରୁ ୯ଟା ୫୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ବହୁବିଧ ସୁଯୋଗ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଭୃତ୍ୟ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ ଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଗୃହୋପକରଣ କ୍ରୟ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ।କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶାରିରୀକ ସୁସ୍ଥତା ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ପ୍ରାପ୍ତିହେବ। ବ୍ୟବସାୟିକ ପରିଣାମ ସନ୍ତୋଷ ଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଯୋଗେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଶତୃମାନେ ମଥାନତ କରିବେ। ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବା ସହ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶୁଭକାମ କରି ପ୍ରଶଂସିତ ହେବେ। ପୁରାତନ ରୋଗର ଉପସମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ  ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ସତର୍କ ରହି ଯାତାୟତ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ।ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ଜାଗ୍ରତ ହେବ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ରାଜନୀତିରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!