ଦୈନିକ ରାଶିଫଳ: 19 ମଇ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୧୯ତାରିଖ, ବୁଧବାର, ବୃଷମାସ ୫ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ଆଶ୍ଳେଷା ନକ୍ଷତ୍ର, କର୍କଟରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ତାଳ ନ ଖାଇଲେ ଭଲ, ଦିବା୧୨ଟା ୫୦ ମିନିଟ୍ ପରେ ନଡିଆ ନ ଖାଇଲେ ଭଲ । ଶୁଭସମୟ- ସକାଳ ୭ଟା ୫୦ମିନିଟ୍ ରୁ ୮ଟା ୨୭ମିନିଟ୍, ଦିବା ୧୦ଟା ୬ମିନିଟ୍ ରୁ ୧୧ଟା ୧୬ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ୫ଟା ୨୦ମିନିଟ୍, ସନ୍ଧ୍ୟା ୬ଟା ୧୪ମିନିଟ୍ ରୁ ରାତ୍ର ୯ଟା ୫୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶିକ୍ଷା କିମ୍ବା ସଙ୍ଗଠନ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମରେ ସଫଳ ହେବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅବହେଳା କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବାଧା ସୃଷ୍ଟି ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-ବ୍ୟବସାୟରେ ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ବାଦବିବାଦ, ଖେଳ, କସରତ, ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅନେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଉନ୍ନତି ଘଟିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କର୍କଟ:-ବ୍ୟବହାର ଓ ଭାଷାର ମାଧୁର୍ଯ୍ୟ ନେଇ ଲୋକଙ୍କ ଉପରେ ପ୍ରଭୁତ୍ୱ ବିସ୍ତାର କରିପାରିବେ । କ୍ରୀଡ଼ା, ରାଜନୀତି, କଳା, ସଂସ୍କୃତି କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ । ପାରିବାରିକ ଅଶାନ୍ତି ଦୂର କରିବାରେ ସକ୍ଷମ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହୋଇ ଶରୀର ସୁସ୍ଥ ରହିବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ପୂର୍ବ ଯୋଜନା ସଫଳ ହୋଇପାରିବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଧନ ଲାଭ ହେବାରୁ ମନ ଖୁସି ରହିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ ରାସ୍ତା ପରିଷ୍କାର ହୋଇଯିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ । ଛାତ୍ର ଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ ସଫଳ ହୋଇ ଉତ୍ସାହିତ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଇଛାକରିଥିବା ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ । ତେଜରାତି, ଷ୍ଟେନାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ନୂତନ ବସ୍ତୁ କ୍ରୟ କରି ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । କୋର୍ଟକଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-ସରକାରୀ କାର୍ଯ୍ୟରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । କେତେକ କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ । ପ୍ରେମିକ ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ନିଜ ଲୋକମାନେ ଦୂରେଇ ଯିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ କମିଯିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଶରୀର ସୁସ୍ଥ ରହିବା ଫଳରେ ଅନେକ ଦିଗରୁ ସୁଖ ଶାନ୍ତି ପ୍ରାପ୍ତି ହେବ । ଯାନ ବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ସ୍ୱାସ୍ଥ୍ୟରେ ସୁଧାର ଆସିବ । ଛାତ୍ରଛାତ୍ରୀମାନେ ଉଚ୍ଚ ପ୍ରଶଂସିତ ହେବେ । ଜାଗା, ଜମି, ସ୍ଵର୍ଣ୍ଣ ଅଳଙ୍କାର ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ନୂତନ କର୍ମ ନିଯୁକ୍ତି ପାଇବେ । ମାଲିମୋକଦ୍ଦମାରେ ଆଶାବାଦୀ ହେବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!