ଦୈନିକ ରାଶିଫଳ: 19 ମଇ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୧୯ତାରିଖ, ଗୁରୁବାର, ବୃଷମାସ ୫ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ଚତୁର୍ଥୀ ତିଥି, ମୂଳା ନକ୍ଷତ୍ର ପ୍ରାତଃ ୫ଟା ୩୬ମିନିଟ୍ ଗତେ ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ ଦିବା ୨ଟା ୫୭ମିନିଟ୍ ପରେ ଶୁଭ ଯୋଗ । ବବ କରଣ ସକାଳ ୯ଟା ୫୮ମିନିଟ୍ ପରେ ବାଳବ କରଣ । ତୁଳା ଓ କୁମ୍ଭ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ, ରାତି ୮ଟା ୨୪ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ନୈଋତେ ରାତି ୮ଟା ୨୪ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୫ମିନିଟ୍ ରୁ ସନ୍ଧ୍ୟା ୬ଟା ୭ମିନିଟ୍, ରାତ୍ରି ୧୧ଟା ୪୩ମିନିଟ୍ ରୁ ରାତ୍ରି ୧ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୦ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୦ଟା ୨୭ମିନିଟ୍ ରୁ ୧୨ଟା ୫୯ମିନିଟ୍, ରାତ୍ର ୨ଟା ୨୦ମିନିଟ୍ ରୁ ୩ଟା ୩ମିନିଟ୍ ।

ମେଷ:-ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ହେବ । ନୂତନ କର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ । ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମିଥୁନ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କାର୍ଯ୍ୟାଳୟରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆଗକୁ ବଢି ପାରିବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ । ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ପାରିବାରିକସ୍ତର ହସ ଖୁସିରେ କଟିବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା କଲ୍ପନା କରି ପାରନ୍ତି । ନାନା ସମସ୍ୟାର ସମାଧାନ ହେବ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ମାନସିକ ସୁସ୍ଥତା ଅନୁଭବ କରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ରାଜନୀତିରେ ଅଧିକ ପରିଶ୍ରମ କରିବା ଫଳରେ କୃତକାର୍ଯ୍ୟ ହେବେ । ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ସଂଘର୍ଷ ଦ୍ୱାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ନିଜର ଇଚ୍ଛା ବିରୋଧରେ କୌଣସି କର୍ମ ନକରିବା ଉଚିତ୍ । ପ୍ରେମକ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । କଳକାରଖାନା, କୋଇଲା ଖଣି, ରେଳ ବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ସନ୍ତାନମାନେ ଉନ୍ନତି କରିବେ । ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!