ଦୈନିକ ରାଶିଫଳ: ୧୯ ନଭେମ୍ବର ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଅତ୍ୟଧିକ ଅର୍ଥ ବ୍ୟୟ କରି ପାରନ୍ତି। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ଓ ଆର୍ଥିକ ମାମଲା ସୁଧୁରିବ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ। ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ଶତୃ ଓ ବିରୋଧୀଙ୍କ ଠାରୁ ନିଜର ବୁଦ୍ଧିମତା କାରଣରୁ କାମ ହାସିଲ କରିପାରିବେ। ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ। ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। କୌଣସି ନୂଆ ଯୋଜନା ଆରମ୍ଭ କରିପାରିବେ। ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ। ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର ଗୋମାତାକୁ ଖାଇବାକୁ ଦେବେ।

କନ୍ୟା:-

ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ଓ ସମ୍ବନ୍ଧରେ ମଧୁରତା ଆସିବ। ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ସରକାରୀ କାମରେ ସଫଳତା ମିଳିବ। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଏବଂ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ। ଶତୃମାନେ ଦୂରେଇ ଯିବେ, ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ବନ୍ଧୁଙ୍କ ଆଗମନ ହେବା ଫଳରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ। ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ ଓ କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଶତୃଙ୍କ ସହିତ ମୁକାବିଲା କରିପାରିବେ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। ସନ୍ତାନଙ୍କ ଚିନ୍ତାରେ ଚିନ୍ତିତ ରହିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାରିବାରିକ ପରିସ୍ଥିତି ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢି ପାରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟରେ ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ପ୍ରତିକାର ଆମିଷ ସେବନ କରନ୍ତୁ ନାହିଁ।

ମକର:-

ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ବ୍ୟାପାରରେ ପ୍ରଚୁର ଲାଭ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ। କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ। ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ। ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। ପ୍ରତିକାର:- ଗୋମାତାଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!