ଦୈନିକ ରାଶିଫଳ: 19 ନଭେମ୍ବର 2022, ଶନିଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୧୯ତାରିଖ, ଶନିବାର, ବିଛାମାସ ୪ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଦଶମୀତିଥି ଦିବା ୧୦ଟା ୩୦ମିନିଟ୍ ପରେ ଏକାଦଶୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ । ବିଷ୍ଟି କରଣ ଦିବା ୧୦ଟା ୩୦ମିନିଟ୍ ପରେ ବବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ସକାଳ ୧୦ଟା ୩୦ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ସକାଳ ୧୦ଟା ୩୦ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୧ମିନିଟ୍ ରୁ ୭ଟା ୨୩ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ୨ଟା ୧୭ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ସନ୍ଧ୍ୟା ୬ଟା ୪୦ମିନିଟ୍, ରାତ୍ର ୪ଟା ୨୪ମିନିଟ୍ ରୁ ୬ଟା ୧ମିନିଟ୍ । ଶୁଭସମୟ- ସକାଳ ୭ଟା ୩୦ମିନିଟ୍ ରୁ ୮ଟା ୪୫ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୧୨ଟା ୫୩ମିନିଟ୍, ଦିବା ୨ଟା ୧୮ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୨ଟା ୩୪ମିନିଟ୍ ରୁ ୩ଟା ୨୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ବୃଷ:-ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ବ୍ୟବସାୟିକ କ୍ଷେତ୍ରରେ ଆୟରସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କର୍କଟ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବା ସହ ସ୍ଥଗିତଥିବା କର୍ମଟି ପୂରଣ ହେବ ଓ ମାନସିକଶାନ୍ତି ମିଳିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ । ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ କ୍ଷେତ୍ରରେ ଉନ୍ନତି ସହିତ ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବା ସହ ଉଚ୍ଚସ୍ଥାନ ସଂପୃକ୍ତି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇ କାର୍ଯ୍ୟରେ ଖୁସି ହେବେ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ପ୍ରସ୍ତୁତ ହେବେ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ଧନୁ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ । ରାଜନୀତିରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି, ସାଧାରଣ ବର୍ଗଙ୍କ ଯୋଗେ ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲି ପାରିବେ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇ ଆୟ ବୃଦ୍ଧିହେବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ପ୍ରତିଭା ଉଜ୍ଜ୍ୱଳ ହେବ । ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!